Breaking News

ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||      ତାରା ତାରିଣୀ ମନ୍ଦିର ପିଠରେ ମାଆଙ୍କ 16ଦିନ ପୂଜା ନେଇ ମନ୍ଦିର ପରି ଚାଳନା ବୈଠକ |    (01-Oct-2026)       ||      କୁମାରୀ ସ୍ଥିତ ସନ ସାଇନ ସ୍କୁଲ ରେ ହିନ୍ଦୀ ଦିବସ ପାଳିତ |   (01-Oct-2026)       ||      ପୁରୁଷୋତ୍ତମପୁର କନକା କ୍ଲଷ୍ଟର ର କ୍ଲଷ୍ଟର ସ୍ତରୀୟ ସୁରଭି କାର୍ଯ୍ୟକ୍ରମ ଅନୁଷ୍ଠିତ |    (01-Oct-2026)       ||      ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||     

ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ ର ଚେତାବନୀ ଏମ ନରେଗା ରୁ କେନ୍ଦ୍ର ସରକାର ମହାତ୍ମା ଗାନ୍ଧୀଙ୍କ ନାମ ପୁନଃ ନଯୋଡ଼ିଲେ ଆନ୍ଦୋଳନ ତୀବ୍ରତରହେବ |

10-Jan-2026

ନରେଗା ଯୋଜନାରୁ କେନ୍ଦ୍ର ସରକାର ହଟାଇଥିବା ମହାତ୍ମା ଗାନ୍ଧୀଙ୍କ ନାମକୁ ପୁନଃ ନ ଯୋଡ଼ିଲେ ଆଗାମୀ ଦିନରେ ପ୍ରତିବାଦ ତୀବ୍ର ହେବ - ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ 

ଓଡିଶା ଜନମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ

ଖୋର୍ଦ୍ଧା (ନିପ୍ର) ଅଖିଳ ଭାରତ କଂଗ୍ରେସ କମିଟି ଓ ପ୍ରଦେଶ କଂଗ୍ରେସ କମିଟି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନିର୍ଦ୍ଦେଶକ୍ରମେ ଆଜି ସମସ୍ତ ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ସାମ୍ବାଦିକ ସମ୍ମିଳନୀ ଜରିଆରେ ଜନସାଧାରଣଙ୍କୁ ମହାତ୍ମା ଗାନ୍ଧୀ ନରେଗା ଯୋଜନାରୁ ମହାତ୍ମା ଗାନ୍ଧୀଙ୍କ ନାମ ହଟା ଯିବା ସମ୍ପର୍କ ରେ ସଚେତନ କରାଯାଇଛି l ଏହି କ୍ରମରେ ଖୋର୍ଦ୍ଧା ଜିଲ୍ଲା କଂଗ୍ରେସ କମିଟି ପକ୍ଷରୁ ଜିଲ୍ଲା କଂଗ୍ରେସ ସଭାପତି ଶ୍ରୀ ରାଜୀବ ପଟ୍ଟନାୟକ ଙ୍କ ଅଧ୍ୟକ୍ଷତାରେ ଏକ ସାମ୍ବାଦିକ ସମ୍ମିଳନୀ ପୂର୍ତ୍ତ ବିଭାଗ ଡାକ ବଙ୍ଗଳା ଠାରେ ଅନୁଷ୍ଠିତ ହୋଇଥିଲା । ଏଥିରେ ପୂର୍ବତନ ମନ୍ତ୍ରୀ ବରିଷ୍ଟ କଂଗ୍ରେସ ନେତା ଶ୍ରୀ ଜୟଦେବ ଜେନା ଯୋଗଦେଇ କହିଲେ ଯେ ୟୁପିଏ ସରକାର ସମୟରେ ବେକାରୀ ଲୋକଙ୍କୁ କାମ ଦେବା ଉଦ୍ଦେଶ୍ୟରେ ପ୍ରଣୟନ ହୋଇଥିବା ମହାତ୍ମା ଗାନ୍ଧୀ ନରେଗା ଯୋଜନାରେ କୋଟି କୋଟି ଜନସାଧାରଣ ଉପକୃତ ହେଉଥିଲେ । ଖୁବ ନିକଟରେ ବିଜେପି ଷଡଯନ୍ତ୍ର କରି ମହାତ୍ମା ଗାନ୍ଧୀଙ୍କ ନାମକୁ ହଟାଇ ନୂତନ ଯୋଜନା କରି ଏହି ଯୋଜନାର ଲକ୍ଷ୍ୟ ପୂରଣ ଦିନରେ ପ୍ରତିବନ୍ଧକ ସାଜିଛନ୍ତି । ଏହାକୁ କଂଗ୍ରେସ ଦଳ ତୀବ୍ର ବିରୋଧ କରି ରାଜରାସ୍ତାକୁ ଓହ୍ଲାଇଛି । ଯେ ପର୍ଯ୍ୟନ୍ତ କେନ୍ଦ୍ର ସରକାର ଏହାକୁ ପୂର୍ବଭଳି ମହାତ୍ମା ଗାନ୍ଧୀଙ୍କ ନାମ ନ ଯୋଡ଼ନ୍ତି କଂଗ୍ରେସ ଦଳ ଶ୍ରୀଯୁକ୍ତ ରାହୁଲ ଗାନ୍ଧୀ ଓ ପିସିସି ସଭାପତି ଶ୍ରୀ ଭକ୍ତ ଚରଣ ଦାସଙ୍କ ନେତୃତ୍ୱରେ ଦୃଢ଼ ପ୍ରତିବାଦ କରିବ ବୋଲି ଶ୍ରୀ ଜୟଦେବ ଜେନା କହିଥିଲେ । ସେହିଭଳି ରାଜ୍ୟରେ ବିଜୁଳି ଉପଭୋକ୍ତାମାନଙ୍କୁ ଟାଟା କମ୍ପାନୀ ଯେଉଁଭଳି ଭାବରେ ଶୋଷଣ କରୁଛି ତାହା ଅତ୍ୟନ୍ତ କ୍ଷୋଭର ବିଷୟ । ଉପଭୋକ୍ତାମାନଙ୍କ ପାଇଁ ଥିବା ବ୍ୟବସ୍ଥାକୁ କାର୍ଯ୍ୟ କରାଯାଉ ନାହିଁ । ମନମୁଖି ଶୁଳ୍କ, ସ୍ମାଟ ମିଟର ପାଇଁ ଦେୟ ଉପଭୋକ୍ତା ମାନଙ୍କୁ ଆର୍ଥିକ ସଂକଟ ମଧ୍ୟକୁ ଠେଲି ଦେଇଛି ବୋଲି ପୂର୍ବତନ ମନ୍ତ୍ରୀ ସୁରେଶ ରାଉତରାୟ କହିଥିଲେ। ସେହିପରି ରାଜ୍ୟରେ ଧାନର ଅଭାବି ବିକ୍ରୀ ଉତ୍କଟ ହେଲାଣି । ଚାଷୀଭାଇ ମାନେ ଅମଳ କରିଥିବା ଧାନକୁ ସରକାର ଉଠାଉ ନାହାନ୍ତି । ମଣ୍ଡିରେ ଶହ ଶହ ବସ୍ତା ଧାନ ପଡ଼ିରହିଛି । ଯେତିକି ଧାନ ଉଠୁଛି କଟନି ଛଟନି ଚାଷୀଭାଇ ମାନଙ୍କୁ ଅତ୍ୟନ୍ତ ବାଧୁଛି । ଏ ସମସ୍ତ ଦିଗ ପ୍ରତି ସରକାର ସଚେତନ ନହେଲେ ଆଗାମୀ ଦିନରେ କଂଗ୍ରେସ ଦଳ ରାଜରାସ୍ତାକୁ ଓହ୍ଲାଇବ ବୋଲି ଶ୍ରୀ ରାଜୀବ ପଟ୍ଟନାୟକ ଚେତାବନୀ ଦେଇଛନ୍ତି । ଏହି ସାମ୍ବାଦିକ ସମ୍ମିଳନୀରେ ବରିଷ୍ଟ କଂଗ୍ରେସ ନେତା ପୃଥ୍ୱିବଲଭ ପଟ୍ଟନାୟକ,ସ୍ୱାଗତିକା ପଟ୍ଟନାୟକ,ପ୍ରଦୀପ ସ୍ୱାଇଁ,ଶିଶିର ପରିଡ଼ା,ରଞ୍ଜିତ ମହାପାତ୍ର, ଅମିତ ମହାନ୍ତି,ଅଶୋକ ମଙ୍ଗରାଜ ପ୍ରମୁଖ ଉପସ୍ଥିତ ଥିଲେ ।ରିପୋର୍ଟ -ଗୋପାଲକୃଷ୍ଣ ପ୍ରଧାନ

News Comment

You Might Also Like

BACK TO TOP