Breaking News

ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||     

ବାଲିଗୁଡା ଆଇ ଟି ଡି ଏ ସରକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ ରେଡ଼ ||

06-Jun-2026

ବାଲିଗୁଡା ଆଇ ଟି ଡି ଏ  ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଚଢ଼ାଉ  ପୁଳାପୁଳା ସମ୍ପତ୍ତି ଠାବ କଲା ଭିଜିଲାନ୍ସ

ଓଡିଶା ଜନମତ,ବାଲିଗୁଡା, ତା,୦୬/୦୬:

ସଞ୍ଜୟ କୁମାର ପାଣିଗ୍ରାହୀ: ---

ଭିଜିଲାନ୍ସ ଜାଲରେ ବାଲିଗୁଡା ITDAର ସହକାରୀ ନିର୍ବାହୀ ଯନ୍ତ୍ରୀ ବୈକୁଣ୍ଠ ନାଥ ବେହେରା। ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ୯ଟି ସ୍ଥାନରେ ଭିଜିଲାନ୍ସ ପକ୍ଷରୁ ଶନିବାର ସକାଳୁ ସକାଳୁ ଏକକାଳୀନ ଚଢ଼ାଉ ଆରମ୍ଭ କରାଯାଇଛି। ଭୁବନେଶ୍ବରରେ ୪ଟି ସ୍ଥାନ ସମେତ ବାରିପଦା, ଯାଜପୁରର ଧର୍ମଶାଳା ଏବଂ ବାଲିଗୁଡା ସରକାରୀ ବାସ ଭବନ ରେ ମଧ୍ୟ ରେଡ କରାଯାଉଛି। ଭୁବନେଶ୍ୱର ନୀଳାଦ୍ରି ବିହାରରେ ଚାରି ମହଲା ବିଶିଷ୍ଟ ଘର, ଶୈଳଶ୍ରୀ ବିହାରରେ ତିନି ମହଲା ଘର, ପଟିଆ କାନନ ବିହାର ଫେଜ୍ -୧ରେ ଦୁଇ ମହଲା ଘର, ଏବଂ ଚନ୍ଦ୍ରଶେଖରପୁରରେ ଦୁଇ ମହଲା ବିଶିଷ୍ଟ ଘର ଠାବ କରାଯାଇଛି। ଯାଜପୁର ଜିଲ୍ଲା ଧର୍ମଶାଳା କଲେଜ ନିକଟ ପାଣ୍ଡୁଆ ଗ୍ରାମରେ ପୈତୃକ ଜମି ଉପରେ ନିର୍ମିତ ଦୁଇ ମହଲା ଘର ଠାବ କରିଛି ଭିଜିଲାନ୍ସ। ବାରିପଦା ସହରର ଦେଉଳ ସାହି, ୱାର୍ଡ ନଂ-୯ରେ ଥିବା ଜଣେ ସମ୍ପର୍କୀୟଙ୍କ ଘର, ଧର୍ମଶାଳାର ପାଣ୍ଡୁଆ ଗ୍ରାମରେ ଥିବା ଅନ୍ୟ ଜଣେ ସମ୍ପର୍କୀୟଙ୍କ ଘର, ବାଲିଗୁଡାସ୍ଥିତ ସ୍ୱତନ୍ତ୍ର ଅଧିକାରୀ, ଆଇଟିଡିଏ କାର୍ଯ୍ୟାଳୟରେ ଥିବା ଶ୍ରୀ ବେହେରାଙ୍କ କାର୍ଯ୍ୟାଳୟ, ଆଇଟିଡିଏ କାର୍ଯ୍ୟାଳୟ ନିକଟ ବାଲିଗୁଡାରେ ଥିବା ତାଙ୍କ ସରକାରୀ ବାସଭବନରେ ଚାଲିଛି ରେଡ୍। ବୈକୁଣ୍ଠ ନାଥ ବେହେରାଙ୍କ ବିରୋଧରେ ବଡ଼ ଧରଣର ତଦନ୍ତ ଆରମ୍ଭ କରିଛି ଓଡ଼ିଶା ଭିଜିଲାନ୍ସ। ସ୍ୱତନ୍ତ୍ର ଭିଜିଲାନ୍ସ କୋର୍ଟ, ଭୁବନେଶ୍ୱରଙ୍କ ସର୍ଚ୍ଚ ୱାରେଣ୍ଟ ଆଧାରରେ ଭିଜିଲାନ୍ସର ଏକ ବହୁସ୍ତରୀୟ ଟିମ୍ ତାଙ୍କ ସମ୍ପର୍କିତ ବିଭିନ୍ନ ସ୍ଥାନରେ ଏକାସଙ୍ଗରେ ଚଢ଼ାଉ କରୁଛି। ଏହି ଚଢାଉରେ ୨ ଜଣ ଅତିରିକ୍ତ ଏସପି, ୫ ଜଣ ଡିଏସପି, ୬ ଜଣ ଇନ୍ସପେକ୍ଟର, ଏବଂ ଅନ୍ୟ ଅଧିକାରୀ ସାମିଲ ଅଛନ୍ତି। ଚଢ଼ାଉ ସମୟରେ ସ୍ଥାବର ଓ ଅସ୍ଥାବର ସମ୍ପତ୍ତି, ବ୍ୟାଙ୍କ ଜମା, ନିବେଶ ଏବଂ ଅନ୍ୟାନ୍ୟ ଆର୍ଥିକ ଦଲିଲର ଯାଞ୍ଚ କରାଯାଉଥିବା ଜଣାପଡ଼ିଛି। ତେବେ ତଦନ୍ତ ଚାଲିଥିବାରୁ ଏପର୍ଯ୍ୟନ୍ତ କେତେ ପରିମାଣର ସମ୍ପତ୍ତି ଠାବ ହୋଇଛି ସେନେଇ ଭିଜିଲାନ୍ସ ପକ୍ଷରୁ କୌଣସି ଆନୁଷ୍ଠାନିକ ସୂଚନା ଦିଆଯାଇନାହିଁ।

News Comment

You Might Also Like

BACK TO TOP