Breaking News

ଲଉଡ଼ିଦର୍ହା କୁମାର ପୂର୍ଣ୍ଣିମା ପାଇଁ ସମନ୍ୱୟ ବୈଠକ ଅନୁଷ୍ଠିତ |   (10-Oct-2026)       ||      ଖଲ୍ଲିକୋଟ ପୋଲିସ ଦ୍ୱାରା ଖୋଜାପଲ୍ଲୀ ଚିତ୍ରସେନ ଜେନା ହତ୍ୟାକାଣ୍ଡ ର ଜଣେ ଆସମୀ ଗିରଫ |   (10-Oct-2026)       ||      ପାଇକମାଳ ମାଉସୀ ମା ମନ୍ଦିର ଠାରେ ଗାୟତ୍ରୀ ଯଜ୍ଞ ପାଇଁ ପ୍ରସ୍ତୁତି ବୈଠକ ||   (10-Oct-2026)       ||      ଉତ୍କଳ ମଣୀ ଗୋପବନ୍ଧୁ ଦାଶ ଙ୍କ ଜୟନ୍ତୀ କରୁଣା କାନ୍ତି ଉଚ୍ଚମାଧ୍ୟମିକ ବିଦ୍ୟାଳୟ ରେ ପାଳିତ ||   (10-Oct-2026)       ||      2026-ମଥୁରା କ୍ଲଷ୍ଟର ସ୍ତରୀୟ ସୁରଭି ଅନୁଷ୍ଠିତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      NGO ବର୍ଗରେଗ୍ଲୋବାଲ ସଷ୍ଟେନେବିଲିଟି ଆୱାର୍ଡ ପାଇଁ ISRD ଜାତୀୟ ସ୍ତର ରେ ପୁରସ୍କୃତ ||   (10-Oct-2026)       ||      କଂଗ୍ରେସ ପକ୍ଷରୁ ଗଣତନ୍ତ୍ର ବଞ୍ଚାଅ ନ୍ୟୟ ପଥେ ପଦଯାତ୍ରା ରଘୁନାଥ ପୁର ବ୍ଲକରେ ଅନୁଷ୍ଠିତ |   (10-Oct-2026)       ||      ଗଞ୍ଜାମ ଜିଲ୍ଲା ପାଳ ଛତ୍ରପୁର ବ୍ଳକର 5ଟି ପଞ୍ଚାୟତ କୁ ଟିବି ମୁକ୍ତ ଘୋଷଣା କଲେ |   (10-Oct-2026)       ||      ଗଞ୍ଜାମ ଜିଲ୍ଳାରେ ଧାନ ଫସଲ ରେ ରୋଗ ପୋକ ଲାଗି ବ୍ୟାପକ କ୍ଷତି |    (10-Oct-2026)       ||      ଶ୍ରୀମତୀ ସାଢ଼ି ଶାରଦା ରେଡ୍ଡୀ ଛତ୍ରପୁର ବ୍ଳକ ଅଧକ୍ଷା ଦାୟିତ୍ୱରେ ରହିଲେ |    (10-Oct-2026)       ||      ଶିକର ପାଇରେ ଭୈରବ ବାଲିଯାତ୍ରା, ନିଆଁ ମାଡି ମାନସିକ ପୁର୍ଣ କଲେ ଶ୍ରଦ୍ଧାଳୁ |   (09-Oct-2026)       ||      ତାରା ତାରିଣୀ କଲେଜ ରେ 24ଜଣଙ୍କ ନାମାଙ୍କନ ମଧ୍ୟରୁ ଜଣଙ୍କ ନାକଚ ||   (09-Oct-2026)       ||      ଅଙ୍ଗନ ୱାଡି କେନ୍ଦ୍ର ର ଅବ୍ୟବସ୍ଥା ସାମ୍ନାକୁ ଆଣିଲେ ସାମ୍ବାଦିକ ଙ୍କୁ ଧମକ ||   (09-Oct-2026)       ||      ଦୁଇ ଯୁବକଙ୍କ ମଧ୍ୟରେ ବଚସା ରୁ ଚୁରାମାଡ଼ ଜଣେ ମୃତ, ଜଣେ ଗୁରୁତର |    (09-Oct-2026)       ||      ସଭାପତି ଭାବେ ନିର୍ଦ୍ୱନ୍ଦ୍ୱ ରେ ବିଜୟୀ ହେଲେ ଖୋର୍ଦ୍ଧା ମହିଳା ମହାବିଦ୍ୟାଳୟ ର ସରସ୍ବତୀ ସାହୁ |   (09-Oct-2026)       ||      ବେଲଗୁଣ୍ଠା ରେ ବେଆଇନ ବନ୍ଧୁକ ଜବତ, ଜଣେ ଗିରଫ |    (09-Oct-2026)       ||      ଗଞ୍ଜାମରେ ମାଷ୍ଟର ଟ୍ରେନର ପାଇଁ, ଜିଲ୍ଲା ସ୍ତରୀୟ ତାଲିମ ଶିବିର |   (09-Oct-2026)       ||      ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ ||   (09-Oct-2026)       ||      ଚିକିଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଠାରେ କ୍ଲଷ୍ଟର ସ୍ତରୀୟ ସୁରଭି -2026 ଅନୁଷ୍ଠିତ ||   (09-Oct-2026)       ||     

ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||

24-Aug-2026

ବାଣପୁର ବ୍ଲକରେ ଜିଲ୍ଲାପାଳଙ୍କ ମିଳିତ ଜନ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ |

ଓଡିଶା ଜନ ମତ, ଖୋର୍ଦ୍ଧା, ଗୋପାଳ କୃଷ୍ଣ ପ୍ରଧାନ :---

ଖୋର୍ଦ୍ଧା ଜିଲ୍ଲା ଅନ୍ତର୍ଗତ ବାଣପୁର ବ୍ଲକ ସମ୍ମିଳନୀ କକ୍ଷରେ ଜିଲ୍ଲାପାଳ ଶ୍ରୀ ଅମ୍ରିତ୍ ଋତୁରାଜ ଏବଂ ଆରକ୍ଷୀ ଅଧିକ୍ଷକ ଶ୍ରୀ ପାରମାର ସ୍ମିଥ ପାରୁସୋତ୍ତମ୍ ଦାସ ଙ୍କ ମିଳିତ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଅଛି l ଆଜିର ଏହି ଜନ ଶୁଣାଣି ଶିବିର ରେ ମୁଖ୍ୟ ଉନ୍ନୟନ ଅଧିକାରୀ ତଥା ନିର୍ବାହୀ ଅଧିକାରୀ, ଜିଲ୍ଲା ପରିଷଦ, ଖୋର୍ଦ୍ଧା ,ଶ୍ରୀ ଜ୍ୟୋତି ଶଙ୍କର ସାହୁ, ଉପଜିଲ୍ଲାପାଳ, ଖୋର୍ଦ୍ଧା  ,ଶ୍ରୀ ସଂକଳ୍ପ ସ୍ଵସ୍ତିକ ସାହୁ, ମୁଖ୍ୟ ଜିଲ୍ଲା ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ, ଖୋର୍ଦ୍ଧା , ଡାକ୍ତର ସଞ୍ଜୟ ଚନ୍ଦ୍ର ରାୟ ଏବଂ ଆସିଷ୍ଟାଣ୍ଟ କଲେକ୍ଟର, ଅଭିଯୋଗ, ଭୁବନେଶ୍ଵରୀ କଅଁର  ପ୍ରମୁଖ ଜନ ଅଭିଯୋଗ  ଶୁଣାଣି ଶିବିରରେ ଯୋଗଦେଇ ଜନସାଧାରଣ ମାନଙ୍କ ବିଭିନ୍ନ ଆପତ୍ତି ଅଭିଯୋଗ ଗୁଡ଼ିକର ଶୁଣାଣିରେ   ସହଯୋଗ ପ୍ରଦାନ କରିଥିଲେ l ଆଜିର ଅଭିଯୋଗ ଶିବିରକୁ ମୋଟ ୫୮ ଗୋଟି ଅଭିଯୋଗ ଆସିଥିବା ବେଳେ ତନ୍ମଧ୍ୟରୁ   ୪୨ ଗୋଟି  ବ୍ୟକ୍ତିଗତ ଅଭିଯୋଗ ଏବଂ ୧୬ ଗୋଟି ଗ୍ରାମୀଣ ସମସ୍ୟା ଜନିତ ଥିଲା l  ଜିଲ୍ଲାପାଳ,  ଶ୍ରୀ ଋତୁରାଜ ଅଭିଯୋଗ ଶିବିରରେ ୦୫ ଗୋଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ l ଅନ୍ୟ ସମସ୍ତ ଅଭିଯୋଗ ଗୁଡ଼ିକୁ ବିଭାଗୀୟ ଅଧିକାରୀ ମାନେ ଯତ୍ନବାନ ହୋଇ ତୁରନ୍ତ ପଦକ୍ଷେପ 
ନେବାକୁ ନିର୍ଦ୍ଦେଶ ଦେଇଥିଲେ  l ଶୁଭମ୍ ମହାପାତ୍ର, ଆୟତ ପୁର, ବାଣପୁରଙ୍କୁ ପାଠ ପଢିବା ନିମନ୍ତେ ଜିଲ୍ଲା ରେଡ୍ କ୍ରସ ପାଣ୍ଠିରୁ ୧୫ ହଜାର ଟଙ୍କା ଆର୍ଥିକ ସହାୟତା ଜିଲ୍ଲାପାଳ ଅନୁମୋଦନ କରିଥିବା ବେଳେ  ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ସୁଚିତ୍ରା ରାଉତ, ମଙ୍ଗରାଜ ପୁର, ନନ୍ଦ ପୁର, ବାଣପୂରଙ୍କୁ ୧୦ ହଜାର ଟଙ୍କା ଆର୍ଥିକ  ସାହାଯ୍ୟ ଏବଂ ନିରଞ୍ଜନ ସାହୁ,ସାହାସ ପୁର, ଭବାନୀ ପୁର, ବାଣପୁର ଙ୍କୁ ମୁଖ୍ୟ ମନ୍ତ୍ରୀଙ୍କ ରିଲିଫ୍ ପାଣ୍ଠିରୁ ୧୦ ହଜାର ଟଙ୍କା ଆର୍ଥିକ ସାହାଯ୍ୟ ଅନୁଦାନ ରାଶି  ଅନୁମୋଦନ କରିଥିଲେ l  ଜନଶୁଣାଣି ଶିବିରରେ ଅନ୍ୟ ମାନଙ୍କ ମଧ୍ୟରେ,ବି ଡି ଓ, ବାଣପୁର , ପୁନମ୍ ମହାପାତ୍ର, ତହସିଲ ଦାର, ବାଣପୁର,ଜିଲ୍ଲା ସମାଜ କଲ୍ୟାଣ ଅଧିକାରୀ, କୁସୁମ କୁମାରୀ ପ୍ରହରାଜ, ସହକାରୀ ନିର୍ଦ୍ଦେଶକ, ଉଦ୍ୟାନ କୃଷି, ଶ୍ରୀୟା ଶାଶ୍ଵତୀ ଙ୍କ  ସମେତ ତ୍ରିସ୍ତରୀୟ ପଞ୍ଚାୟତିରାଜ ଅନୁଷ୍ଠାନ ସଦସ୍ୟା/ସଦସ୍ୟ, ଶିକ୍ଷା, ସ୍ଵାସ୍ଥ୍ୟ ଓ ଗମନାଗମନ ବରିଷ୍ଠ ଅଧିକାରୀ ବୃନ୍ଦ,ବିଭିନ୍ନ ବିଭାଗର ଜିଲ୍ଲା ସ୍ତରୀୟ ଅଧିକାରୀ ଏବଂ,ଲାଇନ୍ ଡିପାର୍ଟମେଣ୍ଟ ଅଧିକାରୀ ଓ ଗଣ ମାଧ୍ୟମ ପ୍ରତିନିଧି ବୃନ୍ଦ ଯୋଗଦେଇଥିଲେ l

News Comment

You Might Also Like

BACK TO TOP