Breaking News
Breaking News
17-Dec-2024
1000ଲୋକଙ୍କ
ଅଭିଯୋଗ ଶୁଣିଲେ ମୁଖ୍ୟମନ୍ତ୍ରୀ,
ଓଡିଶା ଜନ ମତ ବ୍ୟୁରୋ ,,
ଭୁବନେଶ୍ଵର : ପୁଣି ଆରମ୍ଭ ହେଲା ମୁଖ୍ୟମନ୍ତ୍ରୀଙ୍କ ଅଭି ଯୋଗ ଶୁଣାଣି। ଲୋକଙ୍କ ଅଭିଯୋଗ ଶୁଣିଛନ୍ତିମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଅଭିଯୋଗ ଶୁଣାଣି କାର୍ଯ୍ୟକ୍ରମର ଷଷ୍ଠ ପାଳିରେ ଆଜି 1000 ଜଣଙ୍କ ଅଭିଯୋଗର ଶୁଣାଣି କରିଥିଲେମୁଖ୍ୟମନ୍ତ୍ରୀ। ଆସିଥିବା ଅଭିଯୋଗ ଗୁଡିକ ମଧ୍ୟରେ ଅଧିକାଂଶ ଅଭିଯୋଗ ଘର, ଭତ୍ତା ଓ ଅନ୍ୟାନ୍ୟ ମୌଳିକ ସମସ୍ୟା ରହିଥିବା ଜାଣିବାକୁ ମିଳିଛି । ଏହି ସବୁ ସମସ୍ୟାଗୁଡିକୁ ତୁରନ୍ତ ତୃଣମୂଳ ସ୍ତରରେ ସମାଧାନ କରିବାକୁ ମୁଖ୍ୟମନ୍ତ୍ରୀ ଶ୍ରୀ ମାଝୀ ଉପସ୍ଥିତ ଅଧିକାରୀ ମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଅଭିଯୋଗ ଶୁଣାଣିରେ ଦିବ୍ୟାଙ୍ଗ ମାନଙ୍କୁ ପ୍ରାଥମିକତା ମିଳିଥିବା ବେଳେ ମୁଖ୍ୟମନ୍ତ୍ରୀ ପ୍ରଥମେ ୩୦ଜଣ ଭିନ୍ନକ୍ଷମ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ଥିଲେ। ପ୍ରତ୍ୟେକ ଭିନ୍ନକ୍ଷମ ବ୍ୟକ୍ତିଙ୍କ ପାଖକୁ ମୁଖ୍ୟମନ୍ତ୍ରୀ ନିଜେ ଯାଇ ସେମାନଙ୍କ ସମସ୍ୟା ଶୁଣିବା ସହିତ ସମାଧାନ ପାଇଁ ଉପସ୍ଥିତ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଥିଲେ। ସୂଚନା ଅନୁଯାୟୀ, ଆଜି ପ୍ରାୟ୧୦୦୦ ଜଣ ଲୋକ ଅଭିଯୋଗ ଶୁଣାଣି ପାଇଁ ପଞ୍ଜିକରଣ କରିଥିଲେ। ମୁଖ୍ୟମନ୍ତ୍ରୀଙ୍କ ସହିତ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ମୁକେଶ ମହାଲିଙ୍ଗ, ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ମନ୍ତ୍ରୀ କୃଷ୍ଣଚନ୍ଦ୍ର ପାତ୍ର, ସମବାୟ ମନ୍ତ୍ରୀ ପ୍ରଦୀପ ବଳସାମନ୍ତ, ଜଙ୍ଗଲ ଓ ପରିବେଶ ମନ୍ତ୍ରୀ ଗଣେଶରାମ ଖୁଣ୍ଟିଆ ଏବଂ ପଞ୍ଚାୟତିରାଜ ଓ ପାନୀୟ ଜଳ ମନ୍ତ୍ରୀ ରବିନାରାୟଣ ନାୟକ ପ୍ରମୁଖ ଉପସ୍ଥିତ ରହି ଅଭିଯୋଗ ଶୁଣିଥିଲେ। ଏହି କାର୍ଯ୍ୟକ୍ରମ ରେ ଗୃହ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ସତ୍ୟବ୍ରତ ସାହୁ, ରାଜସ୍ୱ ଓ ବିପର୍ଯ୍ୟୟ ପରିଚାଳନା ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଦେଓରଞ୍ଜନ କୁମାର ସିଂହ ଏବଂ ଅନ୍ୟ ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ।
BACK TO TOP