Breaking News

ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||      ଗଞ୍ଜାମ ଜିଲ୍ଲା ପଶ୍ଚିମ କଂଗ୍ରେସ କମିଟି ପକ୍ଷରୁ ବିକ୍ଷୋଭ ଓ ଦାବି ପତ୍ର ପ୍ରଦାନ ||   (29-Sep-2026)       ||      ଭରତ ପୁର ମଧୁବାବୁ ପାଠାଗାରରେ କବିବର ରାଧାନାଥ ଙ୍କ ଜୟନ୍ତୀ ପାଳିତ |    (29-Sep-2026)       ||      ଖଲ୍ଲିକୋଟ ମଣ୍ଡଳ ସ୍ତରୀୟ ସେବା ସଂକଳ୍ପ ଅଭିଯାନ -2026 ଅନୁଷ୍ଠିତ |    (29-Sep-2026)       ||      ରେଳପଥ ପୁନରୁଦ୍ଧାର କାର୍ଯ୍ୟ ମାଲିଗୁଡାରେ ଜୋରସର ରେ ଚାଲିଛି |    (29-Sep-2026)       ||     

ବେଲଗୁଣ୍ଠା ବ୍ଲକରେ ମାଟି କାନ୍ଥ ପଡ଼ି ଵୃଦ୍ଧା ମୃତ |

25-Sep-2026

ମାଟି କାନ୍ଥ ଭୁଶୁଡ଼ି ବୃଦ୍ଧା ମୃତ| 

ଓଡିଶା ଜନ ମତ, ବ୍ରହ୍ମପୁର, 

କୈଳାଶ ଚନ୍ଦ୍ର ଚୌଧୁରୀ :--------
ଲଗାଣ ବର୍ଷାରେ ମାଟିଘର ଭୁଶୁଡ଼ିଲା; 
ବାତ୍ୟା ‘ଅର୍ଣ୍ଣବ’ର ପ୍ରଭାବରେ ଗଞ୍ଜାମ ଜିଲ୍ଲାରେ ତିନି ଦିନ ଧରି ଲଗାଣ ବର୍ଷା ଜନଜୀବନକୁ ପ୍ରଭାବିତ କରିଥିବାବେଳେ ବେଲଗୁଣ୍ଠା ବ୍ଲକ୍‌ରେ ମାଟି କାନ୍ଥ ଭୁଶୁଡ଼ି ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି। ଉଢ଼ୁରା ପଞ୍ଚାୟତ ଅନ୍ତର୍ଗତ ପୁରୁଣା ଉଢ଼ୁରା ଗ୍ରାମର ହରିଜନ ସାହିରେ ଗୁରୁବାର ରାତିରେ ଏହି ଅଘଟଣ ଘଟିଛି। ମୃତକ ହେଲେ ରାମ ନାଇକଙ୍କ ସ୍ତ୍ରୀ ହେମ ନାଇକ (୭୦)। ସୂଚନାନୁସାରେ, ହେମ ନିଜ ଝିଅ ଦୁଃଖୀଙ୍କ ସହ ମାଟି ଛପର ଘରେ ଶୋଇଥିଲେ। ରାତି ପ୍ରାୟ ୧୧ଟା ୩୦ ମିନିଟ୍ ସମୟରେ ଲଗାଣ ବର୍ଷା ଓ ପବନ ଯୋଗୁଁ ଘରର ମାଟି କାନ୍ଥ ଭୁଶୁଡ଼ି ପଡ଼ିଥିଲା। କାନ୍ଥକୁ ଲାଗି ଶୋଇଥିବା ହେମ ଏହାତଳେ ଚାପି ଗୁରୁତର ହୋଇଥିଲେ। ଗ୍ରାମର ମନ୍ମୟ ଖଟେଇ, ଆକାଶ ଓ ରାଜେନ୍ଦ୍ରଙ୍କ ସହାୟତାରେ ହେମଙ୍କ ଦୁଇ ପୁଅ ତାଙ୍କୁ ଆମ୍ବୁଲାନ୍ସ ଯୋଗେ ଭଞ୍ଜନଗର ମେଡିକାଲକୁ ନେଇଥିଲେ। ସେଠାରେ ଡାକ୍ତର ହେମଙ୍କୁ ମୃତ ଘୋଷଣା କରିଥିଲେ।
ଶୁକ୍ରବାର ଶବ ବ୍ୟବଚ୍ଛେଦ ପରେ ଅପରାହ୍ଣ ପ୍ରାୟ ୧ଟା ସମୟରେ ଶବକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଥିଲା। ଶବ ଗ୍ରାମରେ ପହଞ୍ଚିବା ପରେ ଏକ ଶୋକାକୁଳ ପରିବେଶରେ ଅନ୍ତିମ ସଂସ୍କାର କରାଯାଇଥିଲା। ଘଟଣା ସମ୍ପର୍କରେ ଖବର ପାଇ ଗୁରୁବାର ରାତିରେ ବେଲଗୁଣ୍ଠା ତହସିଲଦାର କଳାକୃଷ୍ଣ ପ୍ରଧାନ, ରାଜସ୍ୱ ନିରୀକ୍ଷକ ଶିବଶଙ୍କର ସାହୁ, ବିଡିଓ ସିଙ୍ଗାପୁରମ୍ ହରି ଓ ଏସ୍‌ଆଇ ଜ୍ୟୋତ୍ସ୍ନାରାଣୀ ପ୍ରଧାନ ଭଞ୍ଜନଗର ମେଡିକାଲରେ ପହଞ୍ଚି ପରିସ୍ଥିତି ସମ୍ପର୍କରେ ବୁଝିଥିଲେ। ଏହି ଘଟଣା ପରେ ପ୍ରଶାସନ ପକ୍ଷରୁ କୁହାଯାଇଛି ଯେ, ଘଟଣାର ପୂର୍ବଦିନ ବିଡିଓ, ତହସିଲଦାର, ପିଇଓ ଓ ରାଜସ୍ୱ ନିରୀକ୍ଷକ ଗାଁକୁ ଯାଇ ହେମଙ୍କୁ ତାଙ୍କ ଦୁଇ ପୁଅଙ୍କ ପକ୍କା ଘରକୁ ଯିବାକୁ ପରାମର୍ଶ ଦେଇଥିଲେ। ସେମାନେ ଯିବାକୁ ପ୍ରତିଶ୍ରୁତି ମଧ୍ୟ ଦେଇଥିଲେ। ଏହାଛଡ଼ା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ତହସିଲଦାର ଓ ରାଜସ୍ୱ ନିରୀକ୍ଷକଙ୍କ ପକ୍ଷରୁ କେତେକ ଘରକୁ ପାଲ ଯୋଗାଇ ଦିଆଯାଇଥିଲା। ହେମଙ୍କୁ ମଧ୍ୟ ଏକ ପାଲ ଦିଆଯାଇଥିଲା, ଯାହାକୁ ସେ ଘର ଚାଳ ଉପରେ ଘୋଡ଼ାଇଥିଲେ। ତେବେ ଲଗାଣ ବର୍ଷା ଓ ପବନରେ ଘରର ମାଟି ଦୁର୍ବଳ ହୋଇ କାନ୍ଥ ଭୁଶୁଡ଼ିଥିବା ଅନୁମାନ କରାଯାଉଛି।
ସରକାରଙ୍କ ପକ୍ଷରୁ ବର୍ଷା ଓ ବାତ୍ୟା ସମୟରେ ‘ଶୂନ୍ୟ ମୃତାହତ’ ଲକ୍ଷ୍ୟ ନେଇ ପଦକ୍ଷେପ ନିଆଯାଉଥିବାବେଳେ ଏହି ଘଟଣା ପ୍ରଶାସନିକ ପ୍ରସ୍ତୁତି ଓ ବିପଦପ୍ରବଣ ମାଟିଘରଗୁଡ଼ିକର ସୁରକ୍ଷା ନେଇ ପ୍ରଶ୍ନ ଉଠାଇଛି। ଅନ୍ୟପକ୍ଷରେ, ଅତ୍ୟନ୍ତ ଗରିବ ପରିବାରର ହେମଙ୍କ ମୃତ୍ୟୁ ପରେ ତାଙ୍କ ପରିବାରକୁ ତୁରନ୍ତ ସରକାରୀ ସହାୟତା ଯୋଗାଇ ଦେବାକୁ  ଯୁବ ସମାଜସେବୀ ମନ୍ମୟ ଖଟେଇ ଓ ସମିତି ସଭ୍ୟ ସୁଧାଂଶୁ ପୋଲାଈ ଦାବି କରିଛନ୍ତି

News Comment

You Might Also Like

BACK TO TOP