Breaking News

ଛତ୍ରପୁର ରେ ଜିଲ୍ଲା ସ୍ତରୀୟ ଆନ୍ତର୍ଜାତୀତ ବରିଷ୍ଟ ନାଗରିକ ଦିବସ ପାଳିତ |   (01-Oct-2026)       ||      ଛତ୍ରପୁର ବାଇ ପାସ ରେ ମର୍ମଦନ୍ତୁ ସଡ଼କ ଦୁର୍ଘଟଣା ରେ ଜଣେ ମୃତ ଜଣେ ଗୁରୁତର |    (01-Oct-2026)       ||      ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |    (01-Oct-2026)       ||      ବନ୍ଦ ଘରେ ଯୁବତୀଙ୍କ ଆତ୍ମହତ୍ୟା କାରଣ ଅସ୍ପଷ୍ଟ |   (01-Oct-2026)       ||      ପୋଲସରା ବିଜ୍ଞାନ କଲେଜ ରେ ତାଲୁକା ଆଇନ ସେବା କମିଟି ପକ୍ଷରୁ ଆଇନ ସଚେତନତା କାର୍ଯ୍ୟକ୍ରମ ||   (30-Sep-2026)       ||      ଘରକୁ ବାଇକରେ ଫେରୁଥିଲା ବେଳେ ଦନ୍ତା ହାତୀ କବଳ ରୁ ଅଳ୍ପକେ ବର୍ତ୍ତିଲେ 4ଯୁବକ ||   (30-Sep-2026)       ||      ପୁରୁଷୋତ୍ତମପୁର ବ୍ଳକ ଓ ଏନଏସିରେ ସରିଲା "ଆଙ୍ଗନ କା ଉତ୍ସବ କାର୍ଯ୍ୟକ୍ରମ |    (30-Sep-2026)       ||      ପାଣି ପାଇଁ ରାସ୍ତା ରୋକ କିଛି ଲୋକଙ୍କ ଚକ୍ରାନ୍ତ ରେ ହୋଈ ଥିଲା ବୋଲି ଚର୍ଚ୍ଚାହୋଇଥିଲା |    (30-Sep-2026)       ||      ତାରା ତାରିଣୀ ମନ୍ଦିର ରେ ଆସନ୍ତା ଷୋଡଶ ଉପଚାର ପୂଜା ନେଇ ଟ୍ରଷ୍ଟ ବୋର୍ଡ ର ବୈଠକ |    (30-Sep-2026)       ||      ଗଞ୍ଜାମ ଜିଲ୍ଲା ପାଳ ଙ୍କ ନିର୍ଦ୍ଧେଶ ବିନା ଡାକ୍ତରୀ ପରାମର୍ଶ ରେ ଗର୍ଭପାତ କଲେ ଔଷଧଦୋକାନୀ ଙ୍କ ଉପରେ ହେବ କାର୍ଯ୍ୟନୁଷ୍ଠାନ |    (30-Sep-2026)       ||      ତିନିଦିନ ଧରି ଗୁଆଳି ପୁର ଅଙ୍ଗନୱାଡି କେନ୍ଦ୍ର ରେ ଚାଲିଥିବା "ଆଙ୍ଗନା କା ଉତ୍ସବ `ର ସମାପନ |   (30-Sep-2026)       ||      ଓଡିଶା ଟି- 20ଲିଗ -ସିଏମ ଟଫି ଫାଇନାଲ ପାଇଁ ପ୍ରସ୍ତୁତ କେଉଁଝର ମାଇନର୍ସ ଓ ସମ୍ବଲ ପୁର ୱାରୀୟର୍ସ |    (30-Sep-2026)       ||      ଖୋର୍ଦ୍ଧା କେନ୍ଦ୍ର ସମବାୟ ବ୍ୟାଙ୍କ ର 110ତମ ବାର୍ଷିକ ସାଧାରଣ ସଭା ଅନୁଷ୍ଠିତ ||   (30-Sep-2026)       ||      ଖଲ୍ଲିକୋଟ ବ୍ଳକ ଆଗରେ ଅବସର ପ୍ରାପ୍ତ କର୍ମଚାରୀ ଙ୍କ 12ଦଫା ଦାବି ନେଇଗଣ ଧାରଣା |    (30-Sep-2026)       ||      ସିଟି ବସ ଧକ୍କା ଯୋଗୁଁ ବୃଦ୍ଧ ବ୍ୟକ୍ତିଙ୍କ ମୃତ୍ୟୁ ||   (30-Sep-2026)       ||      ବଡ଼ ବଜାର ପୋଲିସ ଦ୍ୱାରା ଡକାୟତ କରୁଥିବା ଉଦ୍ୟମ କୁ ପଣ୍ଡ କରିବା ଶହ ବହୁ ମାରଣାସ୍ତ୍ର ଜବତ ଏବଂ 5ଜଣ ଗିରଫ |    (30-Sep-2026)       ||      ତାରାତାରିଣୀ କଲେଜ ରେ ଚାପ ପରିଚାଳନା କର୍ମଶାଳା |    (29-Sep-2026)       ||      ତାରା ତାରିଣୀ ମହା ବିଦ୍ୟାଳୟ ପାଇଁ ସୁନାମ ଆଣିଲେ ଡ଼ଃ ସ୍ଵାଗତିକା ଦାଶ ଓ ସୌଭାଗ୍ୟ ଲକ୍ଷ୍ମୀ ରାଓ |   (29-Sep-2026)       ||      ବରଗଡ଼ ରେ ବିଶ୍ୱ ପର୍ଯ୍ୟଟନ ଦିବସ ରେ ସଫଳ ପ୍ରମୋ ରନ |   (29-Sep-2026)       ||      ପିସି ଓ ପିଏନଡିଟି ଆଇନ କଡାକଡ଼ି ଅନୁପାଳନ ନେଇ ଜିଲ୍ଲା ସ୍ତରୀୟ ବୈଠକ ||   (29-Sep-2026)       ||     

ଆଞ୍ଚଳିକ ସାଧନ ସ୍ତରୀୟ, ଶିଶୁ ମହୋତ୍ସବ ସୁରଭି ଅନୁଷ୍ଠିତ |

01-Oct-2026

ଆଞ୍ଚଳିକ ସାଧନ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି’ ଅନୁଷ୍ଠିତ

୧୩ଟି ବିଦ୍ୟାଳୟର ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀଙ୍କ ଯୋଗଦାନ

ଓଡିଶା ଜନମତ ରାୟଗଡା , ୧/୧୦ (କାମେଶ୍ୱର କରକରିଆ): ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ସଦର ପଞ୍ଚାୟତସ୍ଥିତ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ପରିସରରେ ଆଞ୍ଚଳିକ ସାଧନ ସ୍ତରୀୟ ଶିଶୁ ମହୋତ୍ସବ ‘ସୁରଭି-୨୦୨୬’ ଉତ୍ସାହ ଓ ଶୃଙ୍ଖଳାର ସହ ଅନୁଷ୍ଠିତ ହୋଇଯାଇଛି। ଆଞ୍ଚଳିକ ସାଧନ ସଂଯୋଜକ (ସିଆରସିସି) ମଧୁସୂଦନ ସେନାପତିଙ୍କ ତତ୍ତ୍ୱାବଧାନରେ ଏହି ମହୋତ୍ସବ ଆୟୋଜିତ ହୋଇଥିଲା  କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ଅତିରିକ୍ତ ଗୋଷ୍ଠୀ ଶିକ୍ଷାଧିକାରୀ ବିଜୟ କୁମାର ସେଠୀ ଯୋଗଦେଇଥିବା ବେଳେ ସମ୍ମାନିତ ଅତିଥି ଭାବେ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଅଧ୍ୟକ୍ଷ ସଙ୍ଗୀତ ପାଲକା, ହରିଜନସାହି ବିଦ୍ୟାଳୟର ପ୍ରଧାନଶିକ୍ଷକ ହରେକୃଷ୍ଣ ଭାତ୍ରିଆ ଓ ବଡ଼ଦ୍ୱାରସାହି ବିଦ୍ୟାଳୟର ପ୍ରଧାନଶିକ୍ଷକ ସୀମାଞ୍ଚଳ କୌଶଲ୍ୟା ମଞ୍ଚାସୀନ ଥିଲେ। କଲ୍ୟାଣସିଂହପୁର ଆଞ୍ଚଳିକ ସାଧନ କେନ୍ଦ୍ର ଅଧୀନ ୧୩ଟି ବିଦ୍ୟାଳୟର ବରିଷ୍ଠ ଓ କନିଷ୍ଠ ବିଭାଗର ୧୫୦ରୁ ଊର୍ଦ୍ଧ୍ୱ ଛାତ୍ରଛାତ୍ରୀ ଏଥିରେ ଯୋଗଦେଇଥିଲେ। ଛାତ୍ରଛାତ୍ରୀଙ୍କ ପ୍ରତିଭା ବିକାଶ ପାଇଁ କୁଇଜ୍‌, ବିତର୍କ, ପ୍ରବନ୍ଧ ଲିଖନ, ଚିତ୍ରାଙ୍କନ, ସୃଜନଶୀଳ ଲିଖନ, ବକ୍ତୃତା, ସଙ୍ଗୀତ, ଓଡ଼ିଆ ହସ୍ତାକ୍ଷର, ଶ୍ରୁତିଲିଖନ, ଦଳଗତ ନୃତ୍ୟ, ଦିବ୍ୟାଙ୍ଗ ଛାତ୍ରଛାତ୍ରୀଙ୍କ ଚିତ୍ରାଙ୍କନ ଓ ସଙ୍ଗୀତ-ସାଂସ୍କୃତିକ କାର୍ଯ୍ୟକ୍ରମ ସହ ବିଭିନ୍ନ ପ୍ରତିଯୋଗିତା ଆୟୋଜିତ ହୋଇଥିଲା। ପ୍ରତିଯୋଗିତାରେ କୃତିତ୍ୱ ଅର୍ଜନ କରିଥିବା ସମସ୍ତ ବିଭାଗର ପ୍ରତିଯୋଗୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ବିଭିନ୍ନ ବିଭାଗରେ ପ୍ରଥମ ସ୍ଥାନ ଅଧିକାର କରିଥିବା ୧୩ ଜଣ ପ୍ରତିଯୋଗୀ ଆଗାମୀ ବ୍ଲକ ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମରେ ଭାଗନେବେ ବୋଲି ଜଣାପଡ଼ିଛି। କାର୍ଯ୍ୟକ୍ରମକୁ ଆଦର୍ଶ ବିଦ୍ୟାଳୟର ଅଧ୍ୟାପକ ଆଲୋକ କୁମାର ପଟ୍ଟନାୟକ ପରିଚାଳନା କରିଥିବା ବେଳେ ଗୁରୁଦେବ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ। ତେବେ କଲ୍ୟାଣସିଂହପୁର ଓ କରପା ଏହି ଦୁଇଟି ଆଞ୍ଚଳିକ ସାଧନ କେନ୍ଦ୍ରରେ ସାଧନ ସ୍ତରୀୟ ‘ସୁରଭି’ କାର୍ଯ୍ୟକ୍ରମ ଆୟୋଜିତ ହୋଇଥିବା ଜଣାପଡ଼ିଛି।

News Comment

You Might Also Like

BACK TO TOP