Breaking News

କାଲିମେଘି ପଞ୍ଚାୟତ ରେ ବିକାଶରେ ବାଧକ ସାଜିଛି ରାଜ ନୈତିକ ତିକ୍ତତା |    (24-Oct-2026)       ||      ଅଜଣା ଟ୍ରାକ ଧକ୍କା ରେ ପ୍ରଥମ ବର୍ଷ ନର୍ସିଂ ଛାତ୍ର ମୃତ |   (24-Oct-2026)       ||      ପୋଲମା ପଞ୍ଚାୟତ ରେ ନିଜେପିର ପ୍ରଥମଶକ୍ତି କେନ୍ଦ୍ର କାର୍ଯ୍ୟାଳୟ ଉଦଘାଟିତ |    (24-Oct-2026)       ||      ସାମ୍ବାବ୍ୟ ବାତ୍ୟାକୁ ନେଇ ରାୟଗଡା ଜିଲ୍ଲା ପ୍ରଶାସନ ତରଫରୁ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ବିଜେପୁର ରେ ନାବାଳିକାକୁ ହତ୍ୟା ଅଭିଯୋଗ, ପୋଖରୀ କୂଳରୁ ମୃତ ଦେହ ଉଦ୍ଧାର ||   (24-Oct-2026)       ||      ପିସିସି ସଦସ୍ୟ ଙ୍କ ଦ୍ୱାରା ଶ୍ରମିକ କାର୍ଡ ବଣ୍ଟନ |   (24-Oct-2026)       ||      ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା କୁ ନେଇ ଆଗୁଆ ପ୍ରସ୍ତୁତି ||   (24-Oct-2026)       ||      ଦଶହରା ପରେ ମା ଦୁର୍ଗା ଙ୍କୁ ଭକ୍ତି ପୂର୍ଣ୍ଣ ବିଦାୟ ଦେଲେ ଶ୍ରଦ୍ଧାଳୁ ଓ ଆୟୋଜକ ||   (23-Oct-2026)       ||      ସିଙ୍ଗାରି ଅଞ୍ଚଳର 300ରୂ ଉର୍ଦ୍ଧ କର୍ମୀ ଓସମର୍ଥକ ବିଜେପିରେ ମିଶିଲେ ||   (23-Oct-2026)       ||      ରକ୍ତ ହୀନତା ଯୋଗୁଁ ଜଣେ 20ବର୍ଷୀୟା ଯୁକ୍ତ ତିନିର ଛାତ୍ରୀଙ୍କ ମୃତ୍ୟୁ ||   (23-Oct-2026)       ||      ପୋଲିସ ଓ ବରିଷ୍ଟ ନାଗରିକ ଙ୍କ ସହଯୋଗ ରେ ଜନ ସାଧାରଣ ଙ୍କୁ ନେଇ ସାମନ୍ୱୟ ବୈଠକ ଅନୁଷ୍ଠିତ |    (23-Oct-2026)       ||      ବେଗୁନିଆପଡା 46 ନଂ ଜୋନ ରେ ବିଜେଡିର ବାଇକ ଶୋଭାଯାତ୍ରା |   (23-Oct-2026)       ||      ବିଜେପିର ଜନ ସମ୍ପର୍କ ପଦଯାତ୍ରା ବଡ଼ ଖଇର ଖମା ପଞ୍ଚାୟତ ରେ ଅନୁଷ୍ଠିତ |   (23-Oct-2026)       ||      କୃଷ୍ଣ ଚନ୍ଦ୍ର ଆରୁଖ ସ୍ମୃତି ସମ୍ମାନ ପାଇଲେ ସାହିତ୍ୟିକ ଧର୍ମା ନନ୍ଦ ମହାରଣା |    (23-Oct-2026)       ||      ଗାଡି ଆଲୁଅରେ ହେଉଛି ଶବ ସତ୍କାର, ବିକାଶର ବିଚିତ୍ର ଚିତ୍ର ||   (23-Oct-2026)       ||      କଳିଙ୍ଗାୟାନ ତୌର୍ଯ୍ୟତ୍ରୀକମ୍ ର ବରମୁଣ୍ଡା ଦୁର୍ଗାପୂଜା ମହୋତ୍ସବ ରେ ନୃତ୍ୟ ପରିବେଷଣ |   (23-Oct-2026)       ||      କଟକ ଫୁଲ ନଖରା ନିକଟରେ ସଡ଼କ ଦୁର୍ଘଟଣା ରେ ଯୁବ ଆଥ ଲେଟିକ ଙ୍କ ମୃତ୍ୟୁ ||   (23-Oct-2026)       ||      ଛତ୍ରପୁର ଜିଲ୍ଲପାଳ ଙ୍କ କାର୍ଯ୍ୟାଳୟ ଠାରେ 2027ପଞ୍ଚାୟତ ଓ ପୌର ନିର୍ବାଚନ ପାଇଁ ପ୍ରସ୍ତୁତି ବୈଠକ |    (22-Oct-2026)       ||      ସରକାରୀ ଜାଗାକୁ ଜବରଦଖଲ କରିଥିବା ବ୍ୟକ୍ତିଙ୍କୁ ଉଛେଦ କେବେ |    (22-Oct-2026)       ||      ଟିଭିକେ ନେତା ବିଜୟ ପରେ ଆଉଜଣେ ଷ୍ଟାର ରାଜନୀତି ଗଢିବେ ଧନୁଷ ||   (22-Oct-2026)       ||     

ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ସମ୍ଭାବ୍ୟ ବାତ୍ୟା କୁ ନେଇ ଆଗୁଆ ପ୍ରସ୍ତୁତି ||

24-Oct-2026

ସମ୍ଭାବ୍ୟ ବାତ୍ୟା ର ମୁକାବିଲା ନେଇ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ।
, ଓଡ଼ିଶା ଜନମତ,ଛତ୍ରପୁର,ତା.୨୪ / ୧୦,

କେ.ସତ୍ୟନାରାୟଣ ରେଡ୍ଡୀ :----
ସମ୍ଭାବ୍ୟ ବନ୍ୟାବାତ୍ୟା ଓ ପ୍ରବଳ ବର୍ଷାର ମୁକାବିଲା ପାଇଁ ଗଞ୍ଜାମ ଜିଲ୍ଲା ପ୍ରଶାସନ ପକ୍ଷରୁ ଆଗୁଆ ପ୍ରସ୍ତୁତି ସହ ବ୍ୟାପକ ସତର୍କତାମୂଳକ ପଦକ୍ଷେପ ଗ୍ରହଣ କରାଯାଇଛି। ମଣିଷଙ୍କ ଧନଜୀବନଠାରୁ ଆରମ୍ଭ କରି ଗୃହପାଳିତ ପଶୁ ଓ ଅନ୍ୟାନ୍ୟ ଜୀବଜନ୍ତୁଙ୍କ ସୁରକ୍ଷା ସୁନିଶ୍ଚିତ କରିବା ସହ ସାଧାରଣ ସମ୍ପତ୍ତିର କ୍ଷୟକ୍ଷତିକୁ ସର୍ବନିମ୍ନ ସ୍ତରରେ ରଖିବାକୁ ଜିଲ୍ଲା ପ୍ରଶାସନ ସର୍ବାଧିକ ପ୍ରାଥମିକତା ଦେଇଛି। ଏନେଇ ଗଞ୍ଜାମ ଜିଲ୍ଲାର ସଦର ମହକୁମା ଛତ୍ରପୁର ସ୍ଥିତ ଜିଲ୍ଲାପାଳଙ୍କ ଓସ୍ୱାନ୍ ହଲ୍‌ରେ ଜିଲ୍ଲାପାଳ ୱି. କୀର୍ତ୍ତି ଭାସନଙ୍କ ଅଧ୍ୟକ୍ଷତାରେ ଏକ ଜିଲ୍ଲାସ୍ତରୀୟ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଛି।
    ପାଣିପାଗ ବିଭାଗର ବର୍ତ୍ତମାନର ଆକଳନ ଅନୁଯାୟୀ, ଆସନ୍ତା ୨୬ ତାରିଖ ସନ୍ଧ୍ୟାଠାରୁ ବର୍ଷା ଆରମ୍ଭ ହୋଇ ୨୭, ୨୮ ଓ ୨୯ ତାରିଖରେ ଗଞ୍ଜାମ ଜିଲ୍ଲାର ବିଭିନ୍ନ ଅଞ୍ଚଳରେ ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି। ଏହାକୁ ଦୃଷ୍ଟିରେ ରଖି ବାତ୍ୟାର ସମ୍ଭାବ୍ୟ ଗତିପଥ ଓ ପ୍ରଭାବ, ଝଡ଼ ପବନ, ଭୂସ୍ଖଳନ ଆଶଙ୍କା ଥିବା କଳିଙ୍ଗଘାଟି ସମେତ ବିଭିନ୍ନ ସମ୍ବେଦନଶୀଳ ଅଞ୍ଚଳର ସ୍ଥିତି, ଜଳ ନିଷ୍କାସନ, ଉଦ୍ଧାର ଓ ରିଲିଫ୍ ବ୍ୟବସ୍ଥା ଏବଂ ଜରୁରୀକାଳୀନ ସେବାର ପ୍ରସ୍ତୁତି ସମ୍ପର୍କରେ ବୈଠକରେ ବିସ୍ତୃତ ସମୀକ୍ଷା କରାଯାଇଥିଲା।
        ଜରୁରୀ ପରିସ୍ଥିତିରେ ତୁରନ୍ତ ପଦକ୍ଷେପ ଗ୍ରହଣ ଓ ବିଭାଗୀୟ ସମନ୍ୱୟ ରକ୍ଷା ପାଇଁ ଜିଲ୍ଲାର ସମ୍ପୃକ୍ତ ଅଧିକାରୀଙ୍କ ଛୁଟି ବାତିଲ କରାଯିବା ସହ ଆସନ୍ତା ୨୯ ତାରିଖ ପର୍ଯ୍ୟନ୍ତ ମୁଖ୍ୟାଳୟ ନଛାଡ଼ିବାକୁ ଜିଲ୍ଲାପାଳ ନିର୍ଦ୍ଦେଶ ଦେଇଛନ୍ତି। ପ୍ରତ୍ୟେକ ବ୍ଲକ୍‌ରେ ସ୍ୱତନ୍ତ୍ର ପ୍ରସ୍ତୁତି ବୈଠକ ଆୟୋଜନ କରି ସ୍ଥାନୀୟ ପରିସ୍ଥିତି ଓ ଆବଶ୍ୟକତା ଅନୁଯାୟୀ ମୁକାବିଲା ଯୋଜନା ପ୍ରସ୍ତୁତ କରିବା ସହ ତୃଣମୂଳସ୍ତରରୁ ଜିଲ୍ଲାସ୍ତର ପର୍ଯ୍ୟନ୍ତ ସମସ୍ତ ବିଭାଗକୁ ସଜାଗ ରହିବାକୁ କୁହାଯାଇଛି।
   ସମ୍ଭାବ୍ୟ ଜଳବନ୍ଦୀ ପରିସ୍ଥିତିକୁ ଏଡ଼ାଇବା ପାଇଁ ଜିଲ୍ଲାର ଡ୍ୟାମ୍‌ଗୁଡ଼ିକର ଜଳସ୍ତର ଓ ଜଳ ନିଷ୍କାସନ ବ୍ୟବସ୍ଥା ଉପରେ ନିରନ୍ତର ନଜର ରଖିବାକୁ ସମ୍ପୃକ୍ତ ବିଭାଗମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବ ବର୍ଷା ସମୟରେ ବ୍ରହ୍ମପୁର ସହର ସମେତ ଜିଲ୍ଲାର ଅନ୍ୟାନ୍ୟ ଅଞ୍ଚଳରେ ଜଳବନ୍ଦୀ ସୃଷ୍ଟି ହୋଇଥିବା ସ୍ଥାନଗୁଡ଼ିକୁ ଚିହ୍ନଟ କରି ଡ୍ରେନ୍ ଓ ଜଳ ନିଷ୍କାସନ ପଥ ସଫା କରିବା ସହ ଆବଶ୍ୟକ ପ୍ରତିକାରମୂଳକ ପଦକ୍ଷେପ ନେବାକୁ ଜିଲ୍ଲାପାଳ ଗୁରୁତ୍ୱାରୋପ କରିଛନ୍ତି।
     ଜିଲ୍ଲାରେ ୧୧୦ଟି ସ୍ଥାୟୀ ବନ୍ୟାବାତ୍ୟା ଆଶ୍ରୟସ୍ଥଳୀ ସହ ୧,୦୦୦ରୁ ଊର୍ଦ୍ଧ୍ୱ ଅସ୍ଥାୟୀ ଆଶ୍ରୟସ୍ଥଳୀକୁ ପ୍ରସ୍ତୁତ ରଖାଯାଇଛି। ଏହି ଆଶ୍ରୟସ୍ଥଳୀଗୁଡ଼ିକରେ ଏକକାଳୀନ ପ୍ରାୟ ୧ ଲକ୍ଷ ୫୦ ହଜାର ଲୋକଙ୍କୁ ସୁରକ୍ଷିତ ଭାବେ ରଖାଯାଇପାରିବ। ଆବଶ୍ୟକସ୍ଥଳେ ଉପକୂଳବର୍ତ୍ତୀ ଓ ତଳିଆ ଅଞ୍ଚଳର ଲୋକଙ୍କୁ ତୁରନ୍ତ ସୁରକ୍ଷିତ ସ୍ଥାନକୁ ସ୍ଥାନାନ୍ତର କରିବା, ଆଶ୍ରୟସ୍ଥଳୀରେ ଖାଦ୍ୟ ଓ ପାନୀୟ ଜଳ ମହଜୁଦ ରଖିବା, ଚିକିତ୍ସା ସେବା, ବିଦ୍ୟୁତ୍ ଯୋଗାଣ ଓ ଯୋଗାଯୋଗ ବ୍ୟବସ୍ଥା ସଚଳ ରଖିବା ଉପରେ ଜିଲ୍ଲାପାଳ ଗୁରୁତ୍ୱ ଦେଇଛନ୍ତି। ଜରୁରୀ ଉଦ୍ଧାର ଓ ରିଲିଫ୍ କାର୍ଯ୍ୟ ପାଇଁ ୯ଟି ଓଡ୍ରାଫ୍ ଟିମ୍ ଓ ୨ଟି ଏନ୍‌ଡିଆର୍‌ଏଫ୍ ଟିମ୍‌କୁ ପ୍ରସ୍ତୁତ ରଖାଯାଇଛି।
      ସମ୍ଭାବ୍ୟ ବନ୍ୟାବାତ୍ୟାକୁ ଦୃଷ୍ଟିରେ ରଖି ଆସନ୍ତା ୩୦ ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବାକୁ ପ୍ରଶାସନ ପକ୍ଷରୁ ବାରଣ କରାଯାଇଛି।
ସମୁଦ୍ରରେ ଥିବା ମତ୍ସ୍ୟଜୀବୀମାନେ ତୁରନ୍ତ ତଟକୁ ଫେରିଆସିବା ସହ ପାଣିପାଗ ବିଭାଗର ସତର୍କ ସୂଚନା ଅନୁସରଣ କରିବାକୁ ପରାମର୍ଶ ଦିଆଯାଇଛି। ଚାଷୀ ଭାଇଭଉଣୀମାନଙ୍କୁ ମଧ୍ୟ ପାଣିପାଗ ବିଭାଗର ପରାମର୍ଶ ଅନୁଯାୟୀ ଫସଲର ସୁରକ୍ଷା, ଅମଳ ଓ ସଂରକ୍ଷଣ ପାଇଁ ଆଗୁଆ ପଦକ୍ଷେପ ନେବାକୁ ଅନୁରୋଧ କରାଯାଇଛି।
    ବାତ୍ୟା ସମୟରେ ଅତ୍ୟାବଶ୍ୟକ ସାମଗ୍ରୀର କୃତ୍ରିମ ଅଭାବ ଓ କଳାବଜାରୀ ରୋକିବାକୁ ପ୍ରଶାସନ ପକ୍ଷରୁ ସ୍ୱତନ୍ତ୍ର ଗୁରୁତ୍ୱ ଦିଆଯାଇଛି। ଦୋକାନୀମାନେ ନିଜ ନିଜ ଦୋକାନ ସମ୍ମୁଖରେ ସାମଗ୍ରୀର ଦର ତାଲିକା ଲଗାଇବା ସହ ନିର୍ଦ୍ଧାରିତ ଦରରେ ସାମଗ୍ରୀ ବିକ୍ରି କରିବାକୁ କୁହାଯାଇଛି। ଅତ୍ୟାବଶ୍ୟକ ସାମଗ୍ରୀର ଉପଲବ୍ଧତା, ଯୋଗାଣ ଓ ଦର ଉପରେ ନଜର ରଖିବା ସହ ଅନିୟମିତତା ଦେଖାଦେଲେ ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ସମ୍ପୃକ୍ତ ବିଭାଗକୁ ନିର୍ଦ୍ଦେଶ ଦିଆଯାଇଛି। ଆଜିଠାରୁ ୨୪ଘଣ୍ଟିଆ କଣ୍ଟ୍ରୋଲ ରୁମ କାର୍ଯ୍ୟକାରୀ କରାଯାଇଛି ।
 ବୈଠକରେ ଗଞ୍ଜାମ ଆରକ୍ଷୀ ଅଧୀକ୍ଷକ ହରିଶ ବିସି, ବ୍ରହ୍ମପୁର ଆରକ୍ଷୀ ଅଧୀକ୍ଷକ ଅଭିନବ ସୋନକର, ଅତିରିକ୍ତ ଜିଲ୍ଲାପାଳ ସଚ୍ଚିଦାନନ୍ଦ ନାୟକ, ଦେବଦତ୍ତ ପଣ୍ଡା ଓ ସୁନୀଲ କୁମାର କେର୍କେଟା, ବ୍ରହ୍ମପୁର ଉପଜିଲ୍ଲାପାଳ ଅବିନାଶ କୁମାର, ଭଞ୍ଜନଗର ଉପଜିଲ୍ଲାପାଳ ଉମାଶଙ୍କର ବେହେରାଙ୍କ ସମେତ ଜିଲ୍ଲାସ୍ତରୀୟ ଅଧିକାରୀମାନେ ଉପସ୍ଥିତ ଥିଲେ। ସମସ୍ତ ବିଡିଓ, ତହସିଲଦାର ଓ ଅନ୍ୟାନ୍ୟ ଅଧିକାରୀ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ଯୋଗଦେଇଥିଲେ।
ସମ୍ଭାବ୍ୟ ବନ୍ୟାବାତ୍ୟାର ମୁକାବିଲା ପାଇଁ ଜିଲ୍ଲା ପ୍ରଶାସନ ସମସ୍ତ ସ୍ତରରେ ସଜାଗ ରହିଥିବାବେଳେ ଜନସାଧାରଣଙ୍କୁ ଭୟଭୀତ ନହୋଇ ସତର୍କ ରହିବା, ପ୍ରଶାସନର ନିର୍ଦ୍ଦେଶ ଓ ପାଣିପାଗ ବିଭାଗର ସତର୍କ ସୂଚନା ପାଳନ କରିବାକୁ ଅନୁରୋଧ କରାଯାଇଛି ।।

News Comment

You Might Also Like

BACK TO TOP