Breaking News

ଅତିରିକ୍ତ ଜିଲ୍ଲପାଳଙ୍କ ମସ୍ଥ୍ୟ ଯିବି ଚିଲିକା ଅଞ୍ଚଳର ବାତ୍ୟା ଆଶ୍ରୟ ସ୍ଥଳ ବୁଲି ଦେଖିଲେ |   (28-Oct-2026)       ||      ଅର୍ଣ୍ଣବ ବାତ୍ୟାକୁ ନେଇ କଲ୍ୟାଣ ସିଂହପୁର ପ୍ରଶାସନ ର ସତର୍କ ଅବଲମ୍ବନ |   (27-Oct-2026)       ||      ହିଞ୍ଜିଳି କାଟୁ ପୌର ପରିଷଦ ର ବାତ୍ୟା ବେଳେ ଡ୍ରେନେଜ ସଫେଇ କୁ ନେଇ ଅସନ୍ତୋଷ |    (27-Oct-2026)       ||      ଗଜପତି ରେ ବାତ୍ୟା ଅର୍ଣ୍ଣବ ର ମୁକାବିଲା ପାଇଁ ମନ୍ତ୍ରୀ ସୂର୍ଯ୍ୟବଂଶୀ ସୁରୁଜ ଙ୍କ ସ୍ଥିତି ସମୀକ୍ଷା |   (27-Oct-2026)       ||      ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||   (27-Oct-2026)       ||      ପାରମ୍ପରିକ କଉଡ଼ି ଖେଳ ପ୍ରତିଯୋଗିତା କୁମାର ପୂର୍ଣମୀରେ ମୁଦୁପୁର ପଞ୍ଚାୟତ ରେ ଅନୁଷ୍ଠିତ ||   (27-Oct-2026)       ||      ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ରଘୁନାଥ ପୁର ବ୍ଳକର ବିଭିନ୍ନ ସ୍ଥାନରେ ଚାଲିଛି ||   (27-Oct-2026)       ||      ବ୍ଳକ ପ୍ରଶାସନ ତରଫରୁ ସମ୍ଭାବ୍ୟ ବାତ୍ୟାକୁ ନେଇ 40ଜଣଙ୍କୁ ସ୍ଥାନାନ୍ତର |    (27-Oct-2026)       ||      ପୋଖରୀ ଗାଡ଼ ୱାଲ ନିର୍ମାଣ କୁ ନେଇ ବିବାଦ ||   (27-Oct-2026)       ||      ଜାତୀୟ ଏକତା ଦିବସରେ ସ୍ୱତନ୍ତ୍ର ଟ୍ରେନରେ ଏକତା ନଗର କୁ ଯାତ୍ରା କଲେ 150ରୁ ଉର୍ଦ୍ଧ ନାଗରିକ |    (27-Oct-2026)       ||      ସମ୍ଭାବ୍ୟ ବାତ୍ୟା"ଅର୍ଣ୍ଣବ `ମୁକାବିଲା ପାଇଁ ଗଞ୍ଜାମ ପ୍ରଶାସନର ପ୍ରସ୍ତୁତି ସମୀକ୍ଷା    (27-Oct-2026)       ||      ଭସାଣି ଯାତ୍ରା ସହ ସମପନା ହେଲା ଲଉଡ଼ି ଦର୍ହା ରେ କୁମାର ପୂର୍ଣ୍ଣିମା ରାବଣ ପୋଡି ||   (27-Oct-2026)       ||      ଗଞ୍ଜାମ ଜିଲ୍ଲପାଳ ଓ ପୋର୍ଟ କର୍ତ୍ତୃପକ୍ଷ ଙ୍କ ଆର୍ଯ୍ୟପଲୀ ଜେଟି ଓ ଗୋପାଳ ପୁର ବାତ୍ୟା ଆଶ୍ରୟ ସ୍ତଳ ପରିଦର୍ଶନ କଲେ |   (27-Oct-2026)       ||      ଭକ୍ତିମୟ ପରିବେଶ ରେ ଗଣ୍ଡଳା ଗ୍ରାମରେ ମା ଗଜଲକ୍ଷ୍ମୀ ଙ୍କ ପୂଜା ଅନୁଷ୍ଠିତ |    (27-Oct-2026)       ||      କୋଦଳା ଏନଏସି ଅଞ୍ଚଳ ରେ ଧନ ଦାତ୍ରୀ ମା ଗଜଲକ୍ଷ୍ମୀ ଙ୍କ ପୂଜା ||   (26-Oct-2026)       ||      ମାଝୀ ଗୁଡା ଜୁଆ ଆଡ୍ଡାରେ ପୋଲିସି ର ଚଢ଼ାଉ, 4ଯୁଆଡ଼ି ସହ ଟଙ୍କା, ମୋବାଇଲ ଓ ବାଇକ ଜବତ ||   (26-Oct-2026)       ||      ପାଇକମାଳ ବିଡ଼ିଓ ଙ୍କ ବିରୁଦ୍ଧରେ ମାଡ଼ ଅଭିଯୋଗ ରେ ଉଭୟ ପକ୍ଷରୁ ଥାନରେ ମାମଲା ରୁଜୁ ||   (26-Oct-2026)       ||      ରାଜବୋଡା ସମ୍ବର ପଞ୍ଚାୟତ ସମିତି କାର୍ଯ୍ୟାଳୟରେ ଜିଲ୍ଲା ପାଳ ଙ୍କ ଅଭିଯୋଗ ଶୁଣାଣି |   (26-Oct-2026)       ||      ଦୁର୍ନୀତି ନିବାରଣ ତଥା ସାଧୁତାର ଶପଥ ପାଠ କରାଗଲା ବରଗଡ ଜିଲ୍ଳାର ସମସ୍ତ କାର୍ଯ୍ୟାଳୟ ରେ |    (26-Oct-2026)       ||      ପାଇକ ମାଳ ବ୍ଲକରେ ବିଜେଡିବର ଜନ ସମ୍ପର୍କ ପଦଯାତ୍ରା ଅନୁଷ୍ଠିତ |   (26-Oct-2026)       ||     

ସୋରଡ଼ା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବ ଛାତ୍ର ଏକତ୍ରୀ କରଣ ବୈଠକ ||

27-Oct-2026

ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପରିସରରେ ପୂର୍ବଛାତ୍ର ଏକତ୍ରୀକରଣ ବୈଠକ |

ଓଡିଶା ଜନ ମତ, ସୋରଡ଼ା, କୃଷ୍ ଚନ୍ଦ୍ର ସାମନ୍ତରା :----

ଗଂଜାମ ଜିଲ୍ଲା ସୋରଡ଼ାସ୍ଥିତ ସରସ୍ୱତୀ ଶିଶୁ ବିଦ୍ୟାମନ୍ଦିର ପରିସରରେ ସୋମବାର ଦିନ ପୂର୍ବଛାତ୍ର ଏକତ୍ରୀକରଣ ବୈଠକ ଉତ୍ସାହ ଓ ଆନନ୍ଦର ସହ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ପ୍ରାୟ ୧୦୦ ଜଣ ପୂର୍ବଛାତ୍ର ଯୋଗଦେଇ ବିଦ୍ୟାଳୟ ସହିତ ନିଜର ପୁରାତନ ସମ୍ପର୍କକୁ ପୁନର୍ଜୀବିତ କରିଥିଲେ।
ଅନୁଷ୍ଠାନର ସଭାପତି ଶ୍ରୀଯୁକ୍ତ ଘନଶ୍ୟାମ ପ୍ରଧାନ ଦୀପ ପ୍ରଜ୍ୱଳନ କରି ସଭାର ଶୁଭାରମ୍ଭ କରିଥିଲେ। ବିଦ୍ୟାଳୟର ପ୍ରଧାନାଚାର୍ଯ୍ୟ ଶ୍ରୀଯୁକ୍ତ ସୁନୀଲ କୁମାର ରଥ ମଞ୍ଚାସୀନ ଅତିଥିମାନଙ୍କ ପରିଚୟ ପ୍ରଦାନ କରିବା ସହ ସମାଜରେ ସକାରାତ୍ମକ ପରିବର୍ତ୍ତନ ଆଣିବା ନିମନ୍ତେ ‘ପଞ୍ଚ ପରିବର୍ତ୍ତନ’ର ମହତ୍ତ୍ୱ ସମ୍ପର୍କରେ ଉପସ୍ଥିତ ପୂର୍ବଛାତ୍ରମାନଙ୍କୁ ଅବଗତ କରାଇଥିଲେ।
ଉକ୍ତ ଦିବସର ପ୍ରମୁଖ ଶ୍ରୀଯୁକ୍ତ ନାରାୟଣ ସାହୁ ପୂର୍ବଛାତ୍ର ଏକତ୍ରୀକରଣର ଉଦ୍ଦେଶ୍ୟ ଓ ଏହାର ଆବଶ୍ୟକତା ସମ୍ପର୍କରେ ନିଜର ମତ ରଖିଥିଲେ। ଅନୁଷ୍ଠାନର ସମ୍ପାଦକ ଶ୍ରୀଯୁକ୍ତ ମନୋଜ କୁମାର ସୁଆର ଏବଂ ଉପସଭାପତି ଶ୍ରୀଯୁକ୍ତ ଗୋପାଳକୃଷ୍ଣ ପଟ୍ଟନାୟକ ଉପସ୍ଥିତ ରହି ପୂର୍ବଛାତ୍ରମାନଙ୍କୁ ମାର୍ଗଦର୍ଶନ ପ୍ରଦାନ କରିଥିଲେ।
ବୈଠକରେ ପୂର୍ବଛାତ୍ରମାନେ ନିଜ ନିଜର ସୁଚିନ୍ତିତ ମତାମତ ରଖିଥିଲେ। ଯେଉଁ ଶିକ୍ଷାନୁଷ୍ଠାନ ସେମାନଙ୍କ ଭବିଷ୍ୟତ ଗଠନରେ ମହତ୍ତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଛି, ସେହି ଅନୁଷ୍ଠାନର ସର୍ବାଙ୍ଗୀଣ ଉନ୍ନତି ପାଇଁ ସର୍ବଦା ଚିନ୍ତା କରିବା ସହ ଆବଶ୍ୟକ ସହଯୋଗ ପ୍ରଦାନ କରିବାକୁ ସେମାନେ ମତ ପ୍ରକାଶ କରିଥିଲେ। ଶିଶୁମନ୍ଦିରରୁ ଲାଭ କରିଥିବା ସଂସ୍କାର, ସେବା ମନୋଭାବ ଓ ନୈତିକ ମୂଲ୍ୟବୋଧକୁ ଜୀବନରେ ପାଥେୟ କରି ଜଣେ ଆଦର୍ଶ ମଣିଷ ହେବା ସହ ସମାଜର ହିତ ସାଧନ କରିବାକୁ ସେମାନେ ସଂକଳ୍ପବଦ୍ଧ ହୋଇଥିଲେ।
ଏଥିସହ ପୂର୍ବଛାତ୍ର ଏକତ୍ରୀକରଣ ବୈଠକକୁ ପ୍ରତିବର୍ଷ ନିୟମିତ ଭାବେ ଆୟୋଜନ କରିବା ପାଇଁ ମତ ପ୍ରକାଶ ପାଇଥିଲା। ପରିଶେଷରେ ସମସ୍ତେ ପ୍ରସାଦ ସେବନ କରି ଆନନ୍ଦ ମନରେ ବିଦ୍ୟାଳୟରୁ ବିଦାୟ ନେଇଥିଲେ। ଏହି ଏକତ୍ରୀକରଣ ବୈଠକ ପୂର୍ବଛାତ୍ର ଓ ବିଦ୍ୟାଳୟ ମଧ୍ୟରେ ସମ୍ପର୍କକୁ ଅଧିକ ସୁଦୃଢ଼ କରିବା ସହ ଅନୁଷ୍ଠାନର ଉନ୍ନତି ପାଇଁ ଏକ ନୂତନ ପ୍ରେରଣା ସୃଷ୍ଟି କରିଥିଲା। 

News Comment

You Might Also Like

BACK TO TOP