Breaking News

ଦୁନ୍ଧୁଲି ଗ୍ରାମରେ ଧାନ ଜମିକୁ ନେଇ ଉତେଜନା ||   (29-Nov-2026)       ||      ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||     

ଉତ୍କଳ ଆଲୁମିନା ରେ ବଡ଼ ଅଘଟଣ, ଭୁଶୁଡିଲା ରେଡ଼ ମୁଡ଼ ଷ୍ଟକ ୟାଡ଼ |

08-Nov-2026

ଉତ୍କଳ ଆଲୁମିନାରେ ବଡ଼ ଅଘଟଣ: ଭୁଶୁଡ଼ିଲା ରେଡ୍‌ମୁଡ୍ ଷ୍ଟକ୍‌ୟାର୍ଡ, ମାଟିତଳେ ପୋତି ହେଲା ୨ ହାଇୱା

ଜଣଙ୍କର ମୃତ୍ୟୁ, ଉଦ୍ଧାର କାର୍ଯ୍ୟ ଜାରି
ଓଡିଶା ଜନମତ ରାୟଗଡା,୦୮/୧୧,

କାମେଶ୍ୱର କରକରିଆ :- ----

ରାୟଗଡ଼ା ଜିଲ୍ଲା କାଶୀପୁର ବ୍ଲକ ଟିକିରିସ୍ଥିତ ଉତ୍କଳ ଆଲୁମିନା ରେଫାଇନେରୀ ପରିସରରେ ଘଟିଛି ଏକ ବଡ଼ଧରଣର ଅଘଟଣ। କମ୍ପାନୀର ରେଡ୍‌ମୁଡ୍ ଷ୍ଟକ୍‌ୟାର୍ଡର ମାଟି ଅତଡ଼ା ହଠାତ୍ ଭୁଶୁଡ଼ି ପଡ଼ିବାରୁ ଦୁଇଟି ହାଇୱା ଗାଡ଼ି ମାଟିତଳେ ପୋତି ହୋଇଯାଇଛି। ଏହି ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ପ୍ରାଥମିକ ସୂଚନା ମିଳିଛି। ଘଟଣାକୁ ନେଇ କମ୍ପାନୀ ପରିସରରେ ଆତଙ୍କ ଓ ଶୋକର ପରିବେଶ ସୃଷ୍ଟି ହୋଇଛି। ସୂଚନା ଅନୁଯାୟୀ, ରେଡ୍‌ମୁଡ୍ ଷ୍ଟକ୍‌ୟାର୍ଡ ଅଞ୍ଚଳରେ କାର୍ଯ୍ୟ ଚାଲିଥିବା ସମୟରେ ହଠାତ୍ ମାଟି ଅତଡ଼ା ଖସିପଡ଼ିଥିଲା। ଫଳରେ ସେଠାରେ ଥିବା ଦୁଇଟି ହାଇୱା ଗାଡ଼ି ମାଟି ତଳେ ଚାପି ହୋଇଯାଇଥିଲା। ଘଟଣା ଏତେ ଆକସ୍ମିକ ଥିଲା ଯେ କାର୍ଯ୍ୟରତ କର୍ମଚାରୀଙ୍କ ମଧ୍ୟରେ ହଠାତ୍ ହଇଚଇ ସୃଷ୍ଟି ହୋଇଥିଲା।
ଅଘଟଣ ସମ୍ପର୍କରେ ଖବର ପାଇ କମ୍ପାନୀ କର୍ତ୍ତୃପକ୍ଷ ଓ ଉଦ୍ଧାରକାରୀ ଦଳ ତୁରନ୍ତ ଘଟଣାସ୍ଥଳରେ ପହଞ୍ଚିଥିଲେ। ମାଟି ତଳେ ପୋତି ହୋଇଥିବା ଗାଡ଼ି ଏବଂ ଫସିଥିବା ବ୍ୟକ୍ତିଙ୍କୁ ଉଦ୍ଧାର ପାଇଁ ଯନ୍ତ୍ରପାତି ସହାୟତାରେ ଜୋରଦାର ଉଦ୍ୟମ ଜାରି ରହିଛି। ଘଟଣାସ୍ଥଳରେ ଉଦ୍ଧାର କାର୍ଯ୍ୟ ଯୁଦ୍ଧକାଳୀନ ଭିତ୍ତିରେ ଚାଲିଥିବା ଜଣାପଡ଼ିଛି।
ତେବେ ଏଭଳି ଏକ ବଡ଼ ଦୁର୍ଘଟଣା କିପରି ଘଟିଲା, ଷ୍ଟକ୍‌ୟାର୍ଡରେ ସୁରକ୍ଷା ବ୍ୟବସ୍ଥା କିପରି ଥିଲା ଏବଂ କାର୍ଯ୍ୟସ୍ଥଳରେ ଆବଶ୍ୟକ ସତର୍କତା ଅବଲମ୍ବନ କରାଯାଇଥିଲା କି ନାହିଁ, ତାହାକୁ ନେଇ ଏବେ ପ୍ରଶ୍ନ ଉଠିଛି। ଦୁର୍ଘଟଣାର ପ୍ରକୃତ କାରଣ ଓ କ୍ଷୟକ୍ଷତି ସମ୍ପର୍କରେ ତଦନ୍ତ ପରେ ସ୍ପଷ୍ଟ ହେବ। ଏଥିସହ ମୃତ ବ୍ୟକ୍ତିଙ୍କ ପରିଚୟ ଓ ଅନ୍ୟାନ୍ୟ ବିବରଣୀକୁ ନେଇ ଅଧିକ ସୂଚନାକୁ ଅପେକ୍ଷା କରାଯାଇଛି।

News Comment

You Might Also Like

BACK TO TOP