Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ବିଷମ କଟକ ବ୍ଲକରେ ଚାଲିଥିବା ଅଭିଯୋଗରେ 57ଟି ଅଭିଯୋଗ ର ଶୁଣାଣି ସହ 7ଟି ର ତୁରନ୍ତ ସମାଧାନ |

09-Nov-2026

୫୭ଟି ଅଭିଯୋଗର ଶୁଣାଣି, ୭ଟିର ତୁରନ୍ତ ସମାଧାନ

ଓଡିଶା ଜନମତ ରାୟଗଡା,୯।୧୧,

କାମେଶ୍ୱର କରକରିଆ :- ------ରାୟଗଡା ଜିଲ୍ଳା  ବିଷମକଟକ ବ୍ଲକ ସଦ୍‌ଭାବନା ସଭାଗୃହରେ ସୋମବାର ଜିଲ୍ଲାସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଶିବିର ଅନୁଷ୍ଠିତ ହୋଇଯାଇଛି। ଜିଲ୍ଲାପାଳ ଆଶୁତୋଷ କୁଲକର୍ଣ୍ଣିଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଏହି ଶିବିରରେ ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ଆସିଥିବା ଲୋକେ ନିଜ ନିଜର ସମସ୍ୟା ଓ ଅଭିଯୋଗ ଉପସ୍ଥାପନ କରିଥିଲେ।
ଏହି ଶିବିରରେ ଜିଲ୍ଲା ଆରକ୍ଷୀ ଅଧୀକ୍ଷକ ରାଜ ପ୍ରସାଦ, ମୁଖ୍ୟ ଉନ୍ନୟନ ତଥା ନିର୍ବାହୀ ଅଧିକାରୀ ଅକ୍ଷୟ କୁମାର ଖେମୁଣ୍ଡୁ, ଗୁଣପୁର ଉପଜିଲ୍ଲାପାଳ ଦୁଧାଲ ଅଭିଷେକ ଦିଲୀପ, ଜିଲ୍ଲା ମୁଖ୍ୟ ଚିକିତ୍ସା ଓ ଜନସ୍ୱାସ୍ଥ୍ୟ ଅଧିକାରୀ ବିଶ୍ୱମ୍ବର ବେହେରା, ଗୁଣପୁର ଆଇଟିଡିଏ ପ୍ରକଳ୍ପ ପ୍ରଶାସକ ଅଜୟ କୁମାର ପ୍ରଧାନ, ବିଷମକଟକ ତହସିଲଦାର କେ. ଭେଙ୍କଟେଶ୍ୱର ରେଡ୍ଡୀ ଓ ବିଡିଓ ଶିବ ପ୍ରସାଦ ପଟ୍ଟନାୟକଙ୍କ ସମେତ ବିଭିନ୍ନ ବିଭାଗର ଅଧିକାରୀ ଉପସ୍ଥିତ ରହି ଅଭିଯୋଗଗୁଡ଼ିକର ଶୁଣାଣି କରିଥିଲେ।ଶିବିରରେ ମୋଟ ୫୭ଟି ଅଭିଯୋଗ ପଞ୍ଜୀକୃତ ହୋଇଥିଲା। ସେଥିମଧ୍ୟରୁ ୪୩ଟି ବ୍ୟକ୍ତିଗତ, ୧୦ଟି ସାମୂହିକ ଓ ୪ଟି ସ୍ୱାସ୍ଥ୍ୟ ସମ୍ପର୍କିତ ଅଭିଯୋଗ ରହିଥିଲା। ଜନସାଧାରଣଙ୍କ ସମସ୍ୟାର ତ୍ୱରିତ ସମାଧାନ ଉପରେ ଗୁରୁତ୍ୱ ଦେଇ ଜିଲ୍ଲାପାଳ ୭ଟି ଅଭିଯୋଗର ତତ୍କାଳ ସମାଧାନ କରିଥିଲେ।ଏହାସହ ମୁଖ୍ୟମନ୍ତ୍ରୀ ସହାୟତା ପାଣ୍ଠିରୁ ୪ ଜଣ ହିତାଧିକାରୀଙ୍କୁ ମୋଟ ୫୦ ହଜାର ଟଙ୍କାର ଆର୍ଥିକ ସହାୟତା ପ୍ରଦାନ କରାଯାଇଥିଲା। ଅନ୍ୟ ଅଭିଯୋଗଗୁଡ଼ିକୁ ଜିଲ୍ଲାପାଳ ଗ୍ରହଣ କରି ସମ୍ପୃକ୍ତ ବିଭାଗୀୟ ଅଧିକାରୀଙ୍କ ନିକଟକୁ ପଠାଇବା ସହ ତଦନ୍ତ କରି ତୁରନ୍ତ ଆବଶ୍ୟକ ପଦକ୍ଷେପ ନେବାକୁ ନିର୍ଦ୍ଦେଶ ଦେଇଥିଲେ।ଏହି ଶିବିରରେ ବିଷମକଟକ ଉପଖଣ୍ଡ ଆରକ୍ଷୀ ଅଧିକାରୀ ସନ୍ତୋଷିନୀ ଓରାମ, ଜିଲ୍ଲା ମଙ୍ଗଳ ଅଧିକାରୀ ଅସୀମା ରାଓ, ସମାଜ କଲ୍ୟାଣ ଅଧିକାରୀ ମିନତୀ ଦେଓଙ୍କ ସମେତ ଜିଲ୍ଲା ଓ ବ୍ଲକସ୍ତରୀୟ ବହୁ ଅଧିକାରୀ ଯୋଗ ଦେଇଥିଲେ।

News Comment

You Might Also Like

BACK TO TOP