Breaking News

ଦୁନ୍ଧୁଲି ଗ୍ରାମରେ ଧାନ ଜମିକୁ ନେଇ ଉତେଜନା ||   (29-Nov-2026)       ||      ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||     

ଆଦିବାସୀ ଜାନି ସାହି ଦାଣ୍ଡରେ ଲହଡି ଭାଙ୍ଗୁଛି କାଦୁଅ ଓ ଦୂଷିତ ପାଣି, |

10-Nov-2026

ଜଳ ନିଷ୍କାସନ ବ୍ୟବସ୍ଥା ନାହିଁ: ବୁଡ଼ାଗୁଡ଼ା ଆଦିବାସୀ ଜାନି ସାହି ଦାଣ୍ଡରେ ଲହଡ଼ି ଭାଙ୍ଗୁଛି କାଦୁଅ ଓ ଦୂଷିତ ପାଣି

ଓଡିଶା ଜନମତ ରାୟଗଡା, ୧୦/୧୧,

କାମେଶ୍ୱର କରକରିଆ :- ----

ରାୟଗଡ଼ା ଜିଲ୍ଲା କଲ୍ୟାଣସିଂହପୁର ବ୍ଲକ ବୁଡ଼ାଗୁଡ଼ା ପଞ୍ଚାୟତର ଆଦିବାସୀ ଜାନି ସାହିରେ ଏବେ ଉତ୍କଟ ପରିମଳ ସମସ୍ୟା ଦେଖାଦେଇଛି। ଉପଯୁକ୍ତ ଜଳ ନିଷ୍କାସନ ବ୍ୟବସ୍ଥା ନ ଥିବାରୁ ସାହି ଦାଣ୍ଡରେ କାଦୁଅ ସାଙ୍ଗକୁ ଦୂଷିତ ପାଣି ଜମା ହୋଇ ରହିବା ଫଳରେ ସାହିବାସୀଙ୍କ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଛି। ପ୍ରାପ୍ତ ସୂଚନା ଅନୁଯାୟୀ, ସାହିର ଉପର ଭାଗରେ ଥିବା ଚାଷଜମିରୁ ନିର୍ଗତ ପାଣି, କାଦୁଅ ଏବଂ ନିକଟସ୍ଥ ନଳକୂପରୁ ବ୍ୟବହୃତ ଦୂଷିତ ଜଳ ସିଧାସଳଖ ସାହି ଭିତରକୁ ପ୍ରବେଶ କରୁଛି। ଜଳ ନିଷ୍କାସନ ପାଇଁ କୌଣସି ଡ୍ରେନେଜ୍ ବ୍ୟବସ୍ଥା ନ ଥିବାରୁ ଏହି ଅପରିଷ୍କାର ପାଣି ଘର ଦାଣ୍ଡରେ ପ୍ରବାହିତ ହୋଇ କୃତ୍ରିମ ନର୍ଦ୍ଦମାର ଭ୍ରମ ସୃଷ୍ଟି କରୁଛି। ଫଳରେ ସାହିରେ ଯାତାୟାତ ସମ୍ପୂର୍ଣ୍ଣ ଠପ୍ ହେବା ସହ ଅସମ୍ଭାଳ ଦୁର୍ଗନ୍ଧ ହେତୁ ଲୋକଙ୍କ ଘରେ ରହିବା ମଧ୍ୟ କଷ୍ଟକର ହୋଇପଡ଼ିଛି। ଏପରି ଦୂଷିତ ପରିବେଶ ଯୋଗୁଁ ଅଞ୍ଚଳରେ ମଶା-ମାଛିଙ୍କ ଉପଦ୍ରବ ବୃଦ୍ଧି ପାଇବା ସହ ସଂକ୍ରାମକ ରୋଗ ବ୍ୟାପିବାର ଆଶଙ୍କା ଦେଖାଦେଇଛି। ଏ ସମ୍ପର୍କରେ ଗ୍ରାମବାସୀ ବାରମ୍ବାର ସ୍ଥାନୀୟ ଜନପ୍ରତିନିଧି ଓ ପ୍ରଶାସନର ଦୃଷ୍ଟି ଆକର୍ଷଣ କରିଥିଲେ ସୁଦ୍ଧା କୌଣସି ସୁଫଳ ମିଳିନଥିବା ଅଭିଯୋଗ ହୋଇଛି। ଏହି ସମସ୍ୟା ସମ୍ପର୍କରେ ଅବଗତ ହେବା ପରେ ସ୍ଥାନୀୟ ସମାଜସେବୀ ସନ୍ତୋଷ କୁମାର ବଛା ବ୍ଲକ ଗୋଷ୍ଠୀ ଉନ୍ନୟନ ଅଧିକାରୀ (ବିଡିଓ) ମନୀଷା ଦାସଙ୍କ ସହ ଯୋଗାଯୋଗ କରିଥିଲେ। ଏ ନେଇ ବିଡିଓ ଶ୍ରୀମତୀ ଦାସ ଖୁବ୍‌ଶୀଘ୍ର ଘଟଣାର ତଦାରଖ କରି ସମସ୍ୟାର ସ୍ଥାୟୀ ସମାଧାନ କରାଯିବ ବୋଲି ପ୍ରତିଶ୍ରୁତି ଦେଇଛନ୍ତି। ତେବେ ପ୍ରଶାସନ କେବେ ଏହି ସମସ୍ୟା ଦୂର କରି ଜାନି ସାହିବାସୀଙ୍କୁ ଯନ୍ତ୍ରଣାରୁ ମୁକ୍ତି ଦେଉଛି, ତାହା ଉପରେ ଏବେ ସମସ୍ତଙ୍କ ନଜର।

News Comment

You Might Also Like

BACK TO TOP