Breaking News

ନାବାଳିକା ମାନଙ୍କୁ ରେଳ ଲାଇନ ନିର୍ମାଣ କାର୍ଯ୍ୟରେ ନିୟୋଜିତ ହେଉଥିବା ଅଭିଯୋଗ |    (29-Nov-2026)       ||      ସୁଳୀ ପଦର ମା ମଙ୍ଗଳା ମନ୍ଦିର ପରିସରରେ ଜିଲ୍ଲା ସ୍ତରୀୟ ପୂଜାରୀ ମହାସଂଘ ରବୈଠକ ଓ ବନ୍ଧୁ ମିଳନ ||   (29-Nov-2026)       ||      ପୋଲସରା ଗୌରୀ ଆମ୍ମା ଯାତ୍ରାରେ ଛାତ୍ର ଛାତ୍ରୀଙ୍କ ସଚେତନତା କାର୍ଯ୍ୟକ୍ରମ ||   (29-Nov-2026)       ||      ଭାମଶିଆଳି ଉଚ୍ଚ ବିଦ୍ୟାଳୟ ରେ ବିଜ୍ଞାନ ମେଳା ଅନୁଷ୍ଠିତ |    (28-Nov-2026)       ||      ପରିବେଶ ସୁରକ୍ଷା ନିମନ୍ତେ ନୂଆଦିଲ୍ଲୀ ରେ ଜାତୀୟ ସମ୍ମିଳନୀ ରେ ସମ୍ମାନିତହେଲେ ବରଗଡ଼ ସାଂସଦ |   (28-Nov-2026)       ||      2026-27,ନିମନ୍ତେ ଜିଲ୍ଲା ସ୍ତରୀୟ ଖରିଫ ଧାନ ସଂଗ୍ରହ କମିଟି ବୈଠକ ଅନୁଷ୍ଠିତ |    (28-Nov-2026)       ||      କାଦୁଅ ପଡା ସରସ୍ବତୀ ଶିଶୁମନ୍ଦିର ର ପ୍ରିୟାଂଶି ପ୍ରିୟଦର୍ଶନୀ ତୃତୀୟ ଶ୍ରେଣୀ ମେଧା ବୃତ୍ତି ତାଲିକାରେ ସଫଳ |   (27-Nov-2026)       ||      ଦାଦନ ଖଟିବାକୁ ତାମିଲନାଡୁ ଯାଇ ସର୍ପା ଘାତ ରେ ଯୁବକ ମୃତ ||   (27-Nov-2026)       ||      ସମ୍ବର ଶିକାର ପାଈଁ ବିଦ୍ୟୁତ ଫାସ ପକାଇ ଦୁଇ ଅଭିଯୁକ୍ତ ଗିରଫ ||   (27-Nov-2026)       ||      ଗୌରୀ ଆମ୍ମା ଯାତ୍ରା ପାଈଁ ଶାନ୍ତି ଶୃଙ୍ଖଳା ଟ୍ରାଫିକ ପାଈଁ ଜନସାଧାରଣ ଙ୍କୁ ପୋଲିସ ର ନିବେଦନ |   (27-Nov-2026)       ||      ଛାୟା ସାମ୍ବାଦିକ ଙ୍କ ଯୋଗୁଁ ନିନ୍ଦିତ ହେଉଛନ୍ତି ପ୍ରକୃତ ସାମ୍ବାଦିକ ||   (26-Nov-2026)       ||      ବର୍ତ୍ତନୀ ଗ୍ରାମ ରେ ରାଜ୍ୟସ୍ତରୀୟ ତ୍ରୀ ଦିବସୀୟ କବାଡି ପ୍ରତିଯୋଗିତା ର ଶୁଭାରମ୍ଭ |    (26-Nov-2026)       ||      ପୂଜାରୀ ବମ୍ବୁ ଗ୍ରାମରେ ସଡକ ନିର୍ମାଣ କାର୍ଯ୍ୟ ଆରମ୍ଭ |   (25-Nov-2026)       ||      ଲିଙ୍ଗ ଭିତିକ ହିଂସା ବିରୋଧରେ 16ଦିନର ଅଭିଯାନ ର ଶୁଭାରମ୍ଭ |    (25-Nov-2026)       ||      ଦେବଗିରି ରେ ଜଗନ୍ନାଥ ମନ୍ଦିର ରେ ଭକ୍ତ ଙ୍କ ପ୍ରବଳ ଭିଡ଼ |    (25-Nov-2026)       ||      ଶୈବ ପୀଠ ଅମରେଶ୍ୱର ଠାରେ କାର୍ତ୍ତିକ ପୁର୍ଣିମା ରେ ଭକ୍ତ ଙ୍କ ପ୍ରବଳ ଜନ ସମାଗମ |    (25-Nov-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦୟାରେ ଆନିକେଟ ହେଲେ ଉପକୃତ ହେବେ ପୁରୁଷୋତ୍ତମପୁର ଅଞ୍ଚଳ ବାସୀ ||   (24-Nov-2026)       ||      ବଙ୍ଗୋମୁଣ୍ଡା ଅଘଟଣ ପରେ ବରଗଡ଼ ଧନୁଯାତ୍ରା କୁ ହାତୀଚିନ୍ତା |    (24-Nov-2026)       ||      ପୋଖରୀ ପାହାଚ ରେ ଗୋଡ଼ ଖସି ଯିବାରୁ ଯୁବକ ମୃତ |    (24-Nov-2026)       ||      ଅଟୋ ଓଲଟି ବାରୁ 4ଜଣ ଙ୍କ ମଧ୍ୟରୁ ମେଡିକାଲ ରେ ଜଣେ ମୃତ |    (24-Nov-2026)       ||     

ରାୟଗଡା ରେ ଜାତୀୟ ପ୍ରେସ ଦିବସ ପାଳିତ ||

16-Nov-2026

ରାୟଗଡ଼ରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ | 

ଲୋକପ୍ରିୟତା ଅପେକ୍ଷା ସାମ୍ବାଦିକତାରେ କର୍ତ୍ତବ୍ୟବୋଧ ଓ ନୈତିକତା ଗୁରୁତ୍ୱପୂର୍ଣ୍ଣ

ଓଡିଶା ଜନମତ ରାୟଗଡ଼, ୧୬/୧୧,

କାମେଶ୍ୱର କରକରିଆ :- -----

ରାୟଗଡ଼ ଜିଲ୍ଲା ପ୍ରଶାସନ ଓ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ କାର୍ଯ୍ୟାଳୟର ମିଳିତ ଆନୁକୂଲ୍ୟରେ ସୋମବାର ଜିଲ୍ଲା ପରିଷଦ ସମ୍ମିଳନୀ କକ୍ଷରେ ଜିଲ୍ଲାସ୍ତରୀୟ ଜାତୀୟ ପ୍ରେସ୍ ଦିବସ ପାଳିତ ହୋଇଯାଇଛି। ଚଳିତ ବର୍ଷର ବିଷୟବସ୍ତୁ “ସାମ୍ବାଦିକତା: ଲୋକପ୍ରିୟତା ବନାମ କର୍ତ୍ତବ୍ୟବୋଧତା” ଶୀର୍ଷକ ଉପରେ ଏକ ଆଲୋଚନାଚକ୍ର ଆୟୋଜନ କରାଯାଇ ସାମ୍ବାଦିକତାର ନୈତିକତା, ଦାୟିତ୍ୱବୋଧ ଓ ସମାଜ ପ୍ରତି ଏହାର ଭୂମିକା ସମ୍ପର୍କରେ ଆଲୋକପାତ କରାଯାଇଥିଲା। ଅତିରିକ୍ତ ଜିଲ୍ଲାପାଳ ରବୀନ୍ଦ୍ରନାଥ କହଁରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ସଭାରେ ଏସ୍‌ଡିସିର ଉପାଧ୍ୟକ୍ଷା ମଞ୍ଜୁଳା ମିଣିଆକା ଓ ପଞ୍ଚାୟତ ସମିତି ଅଧ୍ୟକ୍ଷା ଟୁନି ହୁଇକା ସମ୍ମାନିତ ଅତିଥି ଭାବେ ଯୋଗଦେଇଥିଲେ। ଭବାନୀପାଟଣା ମା` ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଡ. ଉମେଶ ଚନ୍ଦ୍ର ଶତପଥୀ ମୁଖ୍ୟବକ୍ତା ଏବଂ ରାୟଗଡ଼ ସ୍ୱୟଂଶାସିତ ମହାବିଦ୍ୟାଳୟର ଅଧ୍ୟକ୍ଷା ସରସ୍ୱତୀ ରାୟ ସମ୍ମାନିତ ବକ୍ତା ଭାବେ ଯୋଗଦେଇଥିଲେ। ଏଥିସହ ଜିଲ୍ଲା ସଂସ୍କୃତି ଅଧିକାରୀ ସୁସ୍ମିତା ବାଉରୀ, ସୂଚନା ଓ ଲୋକସମ୍ପର୍କ ବିଭାଗର ପୂର୍ବତନ ଯୁଗ୍ମ ନିର୍ଦ୍ଦେଶକ ଜଳନ୍ଧର ପୁଷିକା ଓ ବରିଷ୍ଠ ନାଗରିକ ସଂଘର ସଭାପତି ବିନୋଦ କୁମାର ପଣ୍ଡା ମଞ୍ଚାସୀନ ଥିଲେ। ପ୍ରାରମ୍ଭରେ ଜିଲ୍ଲା ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଦେବରାଜ ଟାକ୍ରି ସ୍ୱାଗତ ଭାଷଣ ପ୍ରଦାନ କରି ଜାତୀୟ ପ୍ରେସ୍ ଦିବସର ଗୁରୁତ୍ୱ ଓ ସମାଜ ଗଠନରେ ସାମ୍ବାଦିକମାନଙ୍କ ଅବଦାନ ସମ୍ପର୍କରେ କହିଥିଲେ। ମୁଖ୍ୟବକ୍ତା ଡ. ଶତପଥୀ ନିଜ ବକ୍ତବ୍ୟରେ କହିଥିଲେ ଯେ, ବର୍ତ୍ତମାନର ଡିଜିଟାଲ ଯୁଗରେ ଖବରର ଲୋକପ୍ରିୟତା ଓ ଦ୍ରୁତ ପ୍ରସାର ଅପେକ୍ଷା ତାହାର ସତ୍ୟତା, ବିଶ୍ୱସନୀୟତା ଓ ସାମାଜିକ ଦାୟିତ୍ୱ ଅଧିକ ଗୁରୁତ୍ୱପୂର୍ଣ୍ଣ। ଖବର ପ୍ରକାଶନରେ ପ୍ରତିଯୋଗିତା ଥିଲେ ମଧ୍ୟ ତଥ୍ୟର ଯାଞ୍ଚ, ନିରପେକ୍ଷତା ଓ ନୈତିକ ମୂଲ୍ୟବୋଧକୁ ସାମ୍ବାଦିକମାନେ ପ୍ରାଥମିକତା ଦେବା ଆବଶ୍ୟକ ବୋଲି ସେ ମତ ରଖିଥିଲେ। ଅଧ୍ୟକ୍ଷ ଓ ଅନ୍ୟ ଅତିଥିମାନେ ମଧ୍ୟ ସାମ୍ବାଦିକତାକୁ ଗଣତନ୍ତ୍ରର ଏକ ଗୁରୁତ୍ୱପୂର୍ଣ୍ଣ ସ୍ତମ୍ଭ ଭାବେ ଅଭିହିତ କରିଥିଲେ। ସମାଜର ବିଭିନ୍ନ ସମସ୍ୟା, ଜନସାଧାରଣଙ୍କ ଆଶା ଆକାଂକ୍ଷା ଓ ସରକାରୀ ଯୋଜନାର ବାସ୍ତବ ସ୍ଥିତିକୁ ଲୋକଲୋଚନକୁ ଆଣିବାରେ ଗଣମାଧ୍ୟମର ଭୂମିକା ଅତୁଳନୀୟ ବୋଲି ମତ ପ୍ରକାଶ କରିଥିଲେ। କେବଳ ଲୋକପ୍ରିୟତା କିମ୍ବା ଅଧିକ ପ୍ରସାର ପାଇଁ ଖବରର ମୂଳ ଉଦ୍ଦେଶ୍ୟରୁ ବିଚ୍ୟୁତ ନହୋଇ ସତ୍ୟ, ନିରପେକ୍ଷତା ଓ ଜନସ୍ୱାର୍ଥକୁ ଗୁରୁତ୍ୱ ଦେବାକୁ ସେମାନେ ଆହ୍ୱାନ ଦେଇଥିଲେ।ଏହି ଅବସରରେ ମହାବିଦ୍ୟାଳୟସ୍ତରରେ ଆୟୋଜିତ ବିତର୍କ ଓ ପ୍ରବନ୍ଧ ପ୍ରତିଯୋଗିତାର କୃତୀ ଛାତ୍ରଛାତ୍ରୀଙ୍କୁ ଅତିଥିମାନେ ପୁରସ୍କୃତ କରିଥିଲେ। ଏଥିସହ ଉପସ୍ଥିତ ସାମ୍ବାଦିକମାନଙ୍କୁ ଉତ୍ତରୀୟ ପ୍ରଦାନ କରି ସମ୍ମାନିତ କରାଯାଇଥିଲା। ଜିଲ୍ଲାର ବହୁ ସାମ୍ବାଦିକ, ବୁଦ୍ଧିଜୀବୀ, ମହାବିଦ୍ୟାଳୟର ଛାତ୍ରଛାତ୍ରୀ ଓ ଗଣମାଧ୍ୟମ ପ୍ରତିନିଧି ଏଥିରେ ଯୋଗଦେଇଥିଲେ। ଶେଷରେ ଗୁଣପୁରର ଉପଖଣ୍ଡ ସୂଚନା ଓ ଲୋକସମ୍ପର୍କ ଅଧିକାରୀ ଧନଞ୍ଜୟ ବେହେରା ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP