Breaking
News
Breaking
News
17-Jan-2025
ଆତ୍ମ ସୁରକ୍ଷା ତାଲିମ ଶିବିର ଉଦଯାପିତ,
ଓଡିଶା ଜନମତ, ବୁଗୁଡ଼ା, ହରପ୍ରସାଦ ପାଢ଼ୀ,ତା ୧୭/୦୧/୨୫ :
ସ୍ଥାନୀୟ ଶ୍ରୀ ବଳଦେବଜୀଉ ମହିଳା ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପକ୍ଷରୁ ସ୍ବପରିସରରେ ଆୟୋଜିତ ଅଷ୍ଟଦିବସୀୟ ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଯାପିତ ହୋଇଯାଇଛି । ଉକ୍ତ ଶିବିର ଅବସରରେ ପ୍ରଶିକ୍ଷିକା ଦିବ୍ୟାନୀ କୁମାରୀ ସାହୁ, ପୂଜାରାଣୀ ପ୍ରଧାନ ଓ ରଚନା ପ୍ରଧାନ ପ୍ରମୁଖ ଛାତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ। ଅଧ୍ଯକ୍ଷ ମନୋଜ କୁମାର ସ୍ବାଇଁଙ୍କ ପୌରୋହିତ୍ଯରେ ଅନୁଷ୍ଠିତ ଉଦଯାପନୀ ଉତ୍ସବରେ ମୁଖ୍ୟ ଅତିଥି ଭାବେ ପୋଲିସ ଏସ୍ଆଇ ଜ୍ଯୋତିଶ୍ରୀ ସାହୁ ଏବଂ ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ବିଭୂତି ଭୂଷଣ ମିଶ୍ର ଯୋଗ ଦେଇ ଛାତ୍ରୀମାନଙ୍କୁ ମାର୍ଗ ଦର୍ଶନ କରିବା ସହ ଆତ୍ମ ସୁରକ୍ଷା ତାଲିମ୍ ଗ୍ରହଣର ସଦୁପଯୋଗ ଉପରେ ଗୁରୁତ୍ଵାରୋପ କରିଥିଲେ। କାର୍ଯ୍ୟକ୍ରମର ପ୍ରାରମ୍ଭରେ କ୍ରୀଡା ଶିକ୍ଷକ ସତ୍ଯଶ୍ରୀ କୁମାର ଜେନା ଅତିଥି ପରିଚୟ ପ୍ରଦାନ କରିଥିବା ବେଳେ ପରିଶେଷରେ ଅଧ୍ୟାପକ ପ୍ରଭାକର ଡାକୁଆ ଧନ୍ୟବାଦ ଅର୍ପଣ କରିଥିଲେ। ସେହିପରି ଉଭୟ ମାଣିତରା ବିଜ୍ଞାନ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ଏବଂ ବୁଗୁଡା ପିପୁଲ୍ସ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ ଆୟୋଜିତ ଅଷ୍ଟଦିବସୀୟ ମହିଳା ଆତ୍ମ ସୁରକ୍ଷା ତାଲିମ୍ ଶିବିର ଉଦଯାପିତ ହୋଇଯାଇଛି।
BACK TO TOP